ମୁହାମୁହିଁ ଧକ୍କା ହେଲା ଦୁଇ ଟ୍ରକ, ଗୁରୁତର ଡ୍ରାଇଭର ଆନ୍ଧ୍ର ସ୍ବାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର

ପଟ୍ଟାଙ୍ଗି,୨୬।୭,(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ ଦୁଇ ଟ୍ରକ ମୁହାମୁହିଁ ଧକ୍କା ହେବା ଫଳରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପୋଲିସ ଉଦ୍ଧାର କରି ସୁଙ୍କି ସାସ୍ଥ କେନ୍ଦ୍ରକୁ ସ୍ଥାନାନ୍ତର କରି ଦୁର୍ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ କୋରାପୁଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା AP39 UD 8339 ଟ୍ରକ ସହ ଆନ୍ଧ୍ରରୁ କୋରାପୁଟ ଅଭିମୁଖେ ଆସୁଥିବା ଅନ୍ୟ ଏକ ଟ୍ରକ CG04 QG 0597 ସହ ମୁହାମୁହିଁ ଧକ୍କା ହେବା ଫଳରେ ଆନ୍ଧ୍ର ଅଭିମୁଖେ ଯାଉଥିବା ଟ୍ରକ ଡ୍ରାଇଭର ଭେଙ୍କେଟ଼ ରାମଣା ଜାମ୍ପା ନିଜେ ଚଲାଉଥିବା ଟ୍ରକ ଭିତରେ ଚାପି ହୋଇ ରହି ଯାଇଥିଲେ । ଏହି ସମୟରେ ଘଟଣା ସ୍ଥଳ ଦେଇ ଯାତାୟାତ କରୁଥିବା ଟ୍ରକ ଅଟକି ସୁଙ୍କି ପୋଲିସ କୁ ସହଯୋଗ କରି ଟ୍ରକ ଭିତରେ ଚାପି ହୋଇ ରହିଥିବା ଡ୍ରାଇଭର ରାବଣାଙ୍କୁ ଉଧାର କରି ନିକଟସ୍ଥ ସ୍ବାସ୍ଥ କେନ୍ଦ୍ର ପଠାଇ ପ୍ରାଥମିକ ଚିକିତ୍ସା କରି କୋରାପୁଟ ମେଡିକାଲ କଲେଜ ସ୍ଥାନାନ୍ତରିତ କରିଥିଲେ କିନ୍ତୁ ଆହାତ ଡ୍ରାଇଭର ଉକ୍ତ ମେଡିକାଲ କଲେଜକୁ ନ ଯାଇ ପଡୋଶି ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ସ୍ଥିତ ଏକ ଘରୋଇ ମେଡିକାଲ କୁ ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି । ଅନ୍ୟକ୍ଷରେ ଘଟଣା ସ୍ଥଳରେ ପୋଲିସ ଉପସ୍ଥିତ ରହି ଦୁର୍ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିବା ବେଳେ ଦୁର୍ଘଟଣା ସ୍ଥଳ ଦେଇ ଯାତାୟାତ କରୁଥିବା ଗାଡି ଗୁଡିକ ପାଇଁ ଏକ ଅସ୍ଥାଇ ରାସ୍ତା କରି ଗାଡ଼ି ଚଳାଚଳ ପାଇଁ ପଦକ୍ଷେପ ଗ୍ରହଣ କରି ଜାତୀୟ ରାଜପଥ ଉପରୁ ଦୁଇ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ହଟାଇବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri