ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା

ପଟ୍ଟାଙ୍ଗି ,୨୧।୭(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଦେଇ ଦୁଇ ରାଜ୍ୟ ଯଥା ଛତିଶଗଡ଼ ଆନ୍ଧ୍ରକୁ ସଂଯୋଗ କରୁଥିବା ଜାତୀୟ ରାଜପଥର କାଉଗୁଣ୍ଠା ଘାଟିରେ ଦୁଇଟି ଟ୍ରକ ଅଟକି ଘାଟି ଯାମ ହୋଇଛି। ତେବେ ଘଟଣାସ୍ଥଳେ ପୋଲିସ ପହଞ୍ଚି ଉକ୍ତ ରାସ୍ତାରେ ଗାଡ଼ି ଚଳାଚଳ ସ୍ବାଭାବିକ କରିବା ନିମନ୍ତେ ଆରମ୍ଭ କରିଛି ଉଦ୍ୟମ ।

ସୂଚନା ମୁତାବକ, ଓଡ଼ିଶାର କୋରାପୁଟରୁ ପଡୋଶୀ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ଟ୍ରକ ନଂ AP39VF7549 ଗାଡ଼ିଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉକ୍ତ
ରାଜପଥ ଉପରେ ଅଟକି ରହିଥିବାବେଳେ ଅନ୍ୟ ଏକ ଟ୍ରକ ଯଥା ଆନ୍ଧ୍ର ରାଜ୍ୟରୁ କୋରାପୁଟ ଅଭିମୁଖେ ଆସୁଥିବା ଟ୍ରକ ନଂ AP26 TT 9018 ଗାଡ଼ିଟି ଅଟକି ରହିଥିବା ଉପରୋକ୍ତ ଟ୍ରକଟିର ପାର୍ଶ ଦେଇ ଆସିବାକୁ ଉଦ୍ୟମ କରୁଥିବାବେଳେ ଟ୍ରକଟି କାଦୁଅ ରାସ୍ତାରେ ଅଟକି ଯାଇଥିଲା । ଯାହାକି ଟ୍ରକ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଏକ ବଡ଼ ଦୁର୍ଘଟଣା ରୁ ବର୍ତ୍ତି ଯାଇଥିଲା । ଅନ୍ୟପକ୍ଷରେ ରାଜପଥର ଉକ୍ତ ଘାଟି ରାସ୍ତାରେ ରାତି ୪ଟା ସମୟରେ ଏହିପରି ଘଟଣା ଘଟି
ଥିବାବେଳେ ପୋଲିସ ସେହି ବିଳମ୍ବିତ ରାତିରେ ଖବର ପାଇ ଥାନାଧିକାରୀ ଚତୁର୍ଭୁଜ ନାୟକ, ଏ ଏସ ଆଇ ମାଧବ ତାଡିଙ୍ଗିଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ପହଞ୍ଚି ପାରିପାଶର୍‌ବିକ ସ୍ଥିତି ଅନୁଧ୍ୟାନ କରି ସକାଳ ୬ଟାରୁ ଏକ ଜେସିପି ମେସିନ ଗାଡ଼ି ଡକାଇ କାଦୁଅ ରାସ୍ତାରେ ଅଟକି ରହିଥିବା ଗାଡ଼ିକୁ ହଟାଇବା ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି । ସେପଟେ ଉଭୟ ଦୁଇ ରାଜ୍ୟକୁ ଯାତାୟାତ କରୁଥିବା ସମସ୍ତ ଯାତ୍ରୀବାହୀ ବସଗୁଡିକକୁ ପୋଲିସ କୁନ୍ଦୁଲି ସାପ୍ତାହିକ ହାଟରୁ ରେଙ୍ଗା ଗ୍ରାମ ଦେଇ ପୁକାଲି ହୋଇ ରାଲେଗଡା ରାଜୁଗୁଡା ଛକରେ ବାହାରିବା ପାଇଁ ସୁବିଧା କରାଇଥିବାବେଳେ ଅନୁରୂପ କୋରାପୁଟ ଅଭିମୁଖେ ଆସୁଥିବା ସମସ୍ତ ବସ ଗୁଡିକକୁ ସେହି ରାଜୁଗୁଡା ହୋଇ କୁନ୍ଦୁଲି ସାପ୍ତାହିକ ହାଟକୁ ବାହାରିବା ପାଇଁ ଛକ ମାନଙ୍କରେ ଥାନାଧିକାରୀ ନାୟକଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ କର୍ମଚାରୀ ମୁତୟନ ହୋଇ ସହଯୋଗ କରୁଛନ୍ତି । ଏଠାରେ ସୂଚନା ଥାଉ କି , ଉକ୍ତ ଘାଟିରେ ଦୀର୍ଘ ୫ ଘଣ୍ଟା ହେଲା ଘାଟି ଜାମ ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri