ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ ସିଧାସଳଖ ଇରାନକୁ ଦାୟୀ କରିବା ସହିତ ଏହାକୁ ସାମୁଦ୍ରିକ ଜଳଦସ୍ୟୁତା ବୋଲି ଅଭିହିତ କରିଛି। ଗୁରୁବାର ସନ୍ଧ୍ୟାରେ ଘଟିଥିବା ଏହି ଆକ୍ରମଣରେ ଜାହାଜଗୁଡ଼ିକରେ ସାମାନ୍ୟ କ୍ଷତି ହୋଇଥିବାବେଳେ କେହି ମୃତାହତ ହୋଇନାହାନ୍ତି କିନ୍ତୁ ପାର୍ସୀପାଖ ସାମୁଦ୍ରିକ ଜଳପଥର ସୁରକ୍ଷାକୁ ନେଇ ବଡ଼ ଚିନ୍ତା ସୃଷ୍ଟି କରିଛି। ଆବୁଧାବିର ରାଷ୍ଟ୍ରାୟତ୍ତ ତେଲ ଏବଂ ଗ୍ୟାସ୍‌ କମ୍ପାନୀ ଏଡିଏନ୍‌ଓସିର ଦୁଇଟି ଟ୍ୟାଙ୍କର ଏହି ଆକ୍ରମଣର ଶିକାର ହୋଇଥିଲେ। ୟୁଏଇ ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ବାଣିଜି୍ୟକ ଜାହାଜଗୁଡ଼ିକୁ ଟାର୍ଗେଟ କରିବା ଏବଂ ହର୍ମୁଜ ପ୍ରଣାଳୀକୁ ଆର୍ଥିକ ଚାପ ସୃଷ୍ଟି କରିବା ପାଇଁ ବ୍ୟବହାର କରିବା ହେଉଛି ଇରାନର ରିଭୋଲ୍ୟୁଶନାରି ଗାର୍ଡ କର୍ପସର ଏକ ଜଳଦସ୍ୟୁ କାର୍ଯ୍ୟାନୁଷ୍ଠାନ।
ଅନ୍ୟପକ୍ଷରେ ଜାଗା ବିବାଦର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଜାରେଡ୍‌ କୁସନର ଆସନ୍ତା ସପ୍ତାହରେ ମଧ୍ୟପ୍ରାଚ୍ୟ ଗସ୍ତ କରିବେ। ଇସ୍ରାଏଲ-ହମାସ ଯୁଦ୍ଧବିରତିକୁ ଆଗକୁ ବଢ଼ାଇବା ଏବଂ ଗାଜା ଶାନ୍ତି ଚୁକ୍ତିକୁ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ କୁସନର, ନିକୋଲେ ମ୍ଲାଡେନୋଭ୍‌ ଏବଂ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର ରବିବାର ଇସ୍ରାଏଲରେ ପହଞ୍ଚିବେ। ଏହାପରେ ସେମାନେ କାଏରୋ ଗସ୍ତ କରି ପାଲେଷ୍ଟାଇନ ପ୍ରତିନିଧିମାନଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।
ପାନାମା ଗସ୍ତ ସମୟରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ୍‌ ହେଗ୍‌ସେଥ୍‌ ଗଣମାଧ୍ୟମକୁ କହିଛନ୍ତି ଯେ ଆମେରିକୀୟ ସେନା ପାଖରେ ଇରାନ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଏବଂ ନୌସେନା ଜାରି ରଖିବାର ପୂର୍ଣ୍ଣ କ୍ଷମତା ରହିଛି। ଏହି ଅବରୋଧକୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଜାରି ରଖାଯାଇପାରିବ, ଯାହାଦ୍ୱାରା ଇରାନର ଆର୍ଥିକ କ୍ଷତି ଆହୁରି ଗମ୍ଭୀର ହୋଇଯାଇଛି। ଏହା ସହିତ କୋଷାଗାର ସଚିବ ସ୍କଚ୍‌ ବେସେଣ୍ଟ ମଧ୍ୟ ଇରାନ ଉପରେ ଆହୁରି ଅଧିକ ଆର୍ଥିକ କ୍ଷତି ପହଞ୍ଚାଇବା ପାଇଁ ଆମେରିକା ଯୋଜନା କରୁଥିବା ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?