ଜେଲ୍‌ରୁ ଫେରାର ହୋଇଗଲେ ଦୁଇ ୨ ବିଚାରାଧୀନ କଏଦୀ

ଟିଟିଲାଗଡ଼,୧୦ା୩(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଦୁଇ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ହେବା ଆଲୋଚନାର ବିଷୟ ହୋଇଛି। ଟିଟିଲାଗଡ଼ ଉପଖଣ୍ଡ ଅନ୍ତର୍ଗତ ସିନ୍ଧେକେଲା ଥାନା ଅଞ୍ଚଳରେ ମାନସିକ ପୂରଣ ପାଇଁ ଦୁଇଟି ଶିଶୁ ବଳି ଦେଇଥିବା ଗୁଣିଆ ଶୋଭାବନ ରଣା ଏବଂ ଜଣେ ନାବାଳକଙ୍କୁ କୂଅରେ ଫିଙ୍ଗି ମାରିଦେବା ଅଭିଯୋଗରେ ଗିରଫ ସୁମିତ ବିହାରୀ ଜେଲ୍‌ରୁ ଫେରାର୍‌ ମାରିଥିବା ଜଣାଯାଇଛି। ଶନିବାର ରାତି ପ୍ରାୟ ୮ଟାରେ ପାଚେରି ଜେଲ୍‌ ଡେଇଁ ଉଭୟେ ଫେରାର୍‌ ମାରିଥିବା ଜେଲର ଚୈତନ୍ୟ ପ୍ରଧାନ କହିଛନ୍ତି। ସେ ଏନେଇ ଟିଟିଲାଗଡ଼ ଥାନାରେ ଅଭିଯୋଗ କରିଥିବା କହିଛନ୍ତି। ତେବେ ଉଭୟେ ଜେଲରଙ୍କ ଅତି ବିଶ୍ୱସ୍ତ ହୋଇଥିବା ନେଇ ବିନା ବାଧାରେ ଜେଲ୍‌ ଭିତରେ ଓ ବାହାରେ ବିଚରଣ କରୁଥିବା ଆଲୋଚନା ହେଉଛି। ଏପରିକି ଶୋଭାବନ ଜେଲ ପାଚେରି ବାହାରେ ଥିବା ଜେଲରଙ୍କ ଘର କାମ କରୁଥିବା ଜଣାଯାଇଛି। ସେଭଳି ସୁମିତ ଜେଲରେ ସର୍ଦ୍ଦାର ଭଳି ଥିଲେ। ତାଙ୍କ ଇସାରାରେ ସବୁ କିଛି ଚାଲୁଥିଲା ବୋଲି ଆଲୋଚନା ହୋଇଛି। ଏନେଇ ଜେଲରଙ୍କୁ ପଚାରିବାରୁ ଉଭୟେ ଅଫିସରେ କମ୍ପ୍ୟୁଟର କାମ କରୁଥିଲେ ବୋଲି କହିଛନ୍ତି। ଶିଶୁ ବଳି ଦେଇଥିବା ଗୁଣିଆ ଶୋଭାବନ ପାଠଶାଠ ପଢ଼ି ନ ଥିବା ବେଳେ କେମିତି କମ୍ପ୍ୟୁଟର କାମ କରୁଥିଲା ବୋଲି ପଚାରିବାରୁ ତାହାର ଅଦ୍ଭୁତ କମ୍ପ୍ୟୁଟର ଜ୍ଞାନ ଥିଲା ବୋଲି ଜେଲର କହିବା ବିସ୍ମିତ କରିଛି।

ସୂଚନାଥାଉକି, ଜେଲରୁ ମୁକ୍ତି ପାଇବା ପାଇଁ ଶୋଭାବନ ନିଜକୁ ପାଗଳ ଦର୍ଶାଇ କଟକ ମେଡିକାଲରେ ଭର୍ତ୍ତି ହୋଇ ଜାମିନ ଆବେଦନ କରିଥିଲା। ତେବେ ସେ ସେଥିରେ ବିଫଳ ହୋଇଥିଲା। ଏପରିପ୍ରେକ୍ଷୀରେ ଜେଲରଙ୍କ ସ୍ବକାରୋକ୍ତି ଅନୁଯାୟୀ ତାଙ୍କୁ ଅଫିସରେ କେମିତି ନିଯୁକ୍ତି ଦିଆ ଯାଇଥିଲା ସେ ନେଇ ପ୍ରଶ୍ନ ଉଠିଛି। ଜାଣିଶୁଣି ଉଭୟ ଦୁର୍ଦ୍ଦାନ୍ତ ଅଭିଯୁକ୍ତଙ୍କୁ ଫେରାର କରାଇ ଦିଆଯାଇଥିବା ସାଧାରଣରେ ଚର୍ଚ୍ଚା ହୋଇଛି। ଟିଟିଲାଗଡ଼ ଉପଖଣ୍ଡସ୍ଥ କଣ୍ଟାବାଞ୍ଜି ଜେଲରେ ହତ୍ୟା ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ଘଟଣା ମନରୁ ନ ଲିଭୁଣୁ ଟିଟିଲାଗଡ଼ ଜେଲରୁ ୨ ଦୁର୍ଦ୍ଦାନ୍ତ କଏଦୀ ଫେରାର ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

ଏହି ୨ ବିଧାୟକଙ୍କ ଟିକେଟ୍‌ କାଟିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri