ଆଜି ଓଡ଼ିଶା ଆସୁଛନ୍ତି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀ ଦେଶର ପ୍ରାୟ ୨୧୨ ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡ଼ିବେ। ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣଙ୍କୁ ଅବଗତ ମଧ୍ୟ କରିବା କାର୍ଯ୍ୟକ୍ରମ ରହିଛି। ଜନ ଆଶୀର୍ବାଦ ଯାତ୍ରା ଅବସରରେ ଓଡ଼ିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୩ ଦିନିଆ ଗସ୍ତରେ ଆସୁଛନ୍ତି। ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ପୁରୀ ଗସ୍ତ କରି ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହା ପରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀରେ ଯୋଗଦେବେ। ଅଶ୍ୱିନୀ ବୈଷ୍ଣବ ସାରେ ରେଳ ଯୋଗେ ରାୟଗଡ଼ା ଗସ୍ତ କରିବେ। ୨୦ରେ କୋରାପୁଟ ଗସ୍ତକରି ସେଠାରେ ରାତ୍ରିଯାପନ କରିବେ। ୨୧ରେ ଜୟପୁର, ନବରଙ୍ଗପୁର ଗସ୍ତକରି ଭବାନୀପାଟଣାରେ ରାତ୍ରିଯାପନ କରିବେ। ୨୨ରେ ବୈଷ୍ଣବ କେସିଙ୍ଗା, ଟିଟିଲାଗଡ଼, କଣ୍ଟାବାଞ୍ଜି, ପାଟଣାଗଡ଼ ଦେଇ ବଲାଙ୍ଗୀରଠାରେ ପହଞ୍ଚିବେ। ୨୨ ସାରେ ସେ ବଲାଙ୍ଗୀରରୁ ଭୁବନେଶ୍ୱର ଫେରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଧର୍ମେନ୍ଦ୍ର ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଜିଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri