ଆଜି ଓଡ଼ିଶା ଆସୁଛନ୍ତି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ସମସ୍ତ କେନ୍ଦ୍ରମନ୍ତ୍ରୀ ଦେଶର ପ୍ରାୟ ୨୧୨ ସଂସଦୀୟ କ୍ଷେତ୍ରକୁ ଯାଇ ଜନ ଆଶୀର୍ବାଦ ଲୋଡ଼ିବେ। ଜନ ଆଶୀର୍ବାଦ ଯାତ୍ରା ୧୪୨ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀମାନେ ଲୋକମାନଙ୍କ ସହ ସିଧାସଳଖ ଆଲୋଚନା କରି ବାସ୍ତବ ସ୍ଥିତି ଅନୁଧ୍ୟାନ କରିବା ସହ କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନକଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣଙ୍କୁ ଅବଗତ ମଧ୍ୟ କରିବା କାର୍ଯ୍ୟକ୍ରମ ରହିଛି। ଜନ ଆଶୀର୍ବାଦ ଯାତ୍ରା ଅବସରରେ ଓଡ଼ିଶାକୁ ୨ ଜଣ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ଗୁରୁବାର ୩ ଦିନିଆ ଗସ୍ତରେ ଆସୁଛନ୍ତି। ୧୯ ତାରିଖ ସକାଳେ ଉଭୟ ମନ୍ତ୍ରୀ ଭୁବନେଶ୍ୱରଠାରେ ପହଞ୍ଚିବା ପରେ ପୁରୀ ଗସ୍ତ କରି ଜଗନ୍ନାଥଙ୍କୁ ଦର୍ଶନ କରିବେ। ଏହା ପରେ ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀରେ ଯୋଗଦେବେ। ଅଶ୍ୱିନୀ ବୈଷ୍ଣବ ସାରେ ରେଳ ଯୋଗେ ରାୟଗଡ଼ା ଗସ୍ତ କରିବେ। ୨୦ରେ କୋରାପୁଟ ଗସ୍ତକରି ସେଠାରେ ରାତ୍ରିଯାପନ କରିବେ। ୨୧ରେ ଜୟପୁର, ନବରଙ୍ଗପୁର ଗସ୍ତକରି ଭବାନୀପାଟଣାରେ ରାତ୍ରିଯାପନ କରିବେ। ୨୨ରେ ବୈଷ୍ଣବ କେସିଙ୍ଗା, ଟିଟିଲାଗଡ଼, କଣ୍ଟାବାଞ୍ଜି, ପାଟଣାଗଡ଼ ଦେଇ ବଲାଙ୍ଗୀରଠାରେ ପହଞ୍ଚିବେ। ୨୨ ସାରେ ସେ ବଲାଙ୍ଗୀରରୁ ଭୁବନେଶ୍ୱର ଫେରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଧର୍ମେନ୍ଦ୍ର ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଜିଲାର ବିଭିନ୍ନ ସ୍ଥାନ ଗସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri