ଭୋଟ ଦେଲେ ନାହିଁ ଗ୍ରାମବାସୀ

କୋକସରା,୨୦।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ତୃତୀୟ ପର୍ଯ୍ୟାୟ ମତଦାନ ରବିବାର ଶେଷ ହୋଇଛି। ହେଲେ ବ୍ଲକର କନ୍ଦାବୁଟ୍ରା ପଞ୍ଚାୟତ ତୁନଗାଁର ୫ଟି ୱାର୍ଡ ଓ ଆମପାଣି ପଞ୍ଚାୟତ କୁଟୁରୁର ୬ ନଂ. ୱାର୍ଡରେ ମୌଳିକ ସୁବିଧା ମିଳୁ ନ ଥିବା ନେଇ ଲୋକେ ଭୋଟ ବର୍ଜନ କରିଛନ୍ତି।

ସୂଚନା ଅନୁସାରେ, କନ୍ଦାବୁଟ୍ରା ପଞ୍ଚାୟତ କାର୍ଯ୍ୟାଳୟ ତୁନଗାଁରେ ନିର୍ମାଣ ନେଇ ପୂର୍ବରୁ ଦୁଇ ଗ୍ରାମବାସୀଙ୍କ ମଧ୍ୟରେ ଏକ ଚୁକ୍ତିନାମା ହୋଇଥିଲା। ଏହାକୁ ଅଣଦେଖା କରି ପଞ୍ଚାୟତ କାର୍ଯ୍ୟାଳୟ ତୁନଗାଁ ପରିବର୍ତ୍ତ କନ୍ଦାବୁଟ୍ରାରେ ନିର୍ମାଣକୁ ବିରୋଧ କରି ପୂର୍ବରୁ ଅନେକ ସମୟରେ ଗ୍ରାମବାସୀ ପ୍ରତିବାଦ କରି ଆସୁଛନ୍ତି। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଆଜି ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନେଇ ନ ଥିବାରୁ ନିଜର ମୌଳିକ ଦାବି ନେଇ ତୁନଗାଁର ୫ଟି ଓ୍ବାର୍ଡର ୧୨୨୮ଜଣ ଭୋଟ ବର୍ଜନ କରିଛନ୍ତି।

ସେହିପରି ଆମପାଣି ପଞ୍ଚାୟତ କୁଟୁରୁ ଗାଁରେ ପାନୀୟ ଜଳ ସମସ୍ୟା, ମୋବାଇଲ ନେଟୱାର୍କ, ସ୍ବାସ୍ଥ୍ୟସେବା, ଗମନାଗମନ ଆଦି ସମସ୍ୟା ନେଇ ୱାର୍ଡ ୬ର ୧୯୪ଜଣ ଭୋଟର ମତାଦାନରେ ଭାଗ ନେଇ ନ ଥିବା ଜଣାପଡ଼ିଛି। ଉଭୟ ଗାଁରେ ପୋଲିଂ କର୍ମଚାରୀ ପହଞ୍ଚତ୍ ଥିଲେ ମଧ୍ୟ ଗ୍ରାମବାସୀ ନିଜର ହକ ପ୍ରଶାସନ ନିକଟରେ ଜାହିର କରିବା ପାଇଁ ମତାଦାନ କରିନାହାନ୍ତି। ତୁନଗାଁରେ କୌଣସି ଅପ୍ରୀତିକର ପରିସ୍ଥିତି ନ ଉପୁଜିବା ପାଇଁ ଏସଡିପିଓ ଅବିନାଶ ସୋନକରଙ୍କ ସମେତ କୋକସରା ଥାନା ଅଧିକାରୀ ପ୍ରସନ୍ନ ବେହେରା ଓ ପୋଲିସ ପହଞ୍ଚତ୍ କୌଣସି ଅଶାନ୍ତିକର ପରିସ୍ଥିତି ସୃଷ୍ଟି ନ କରିବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri