ଘାଇରୁ ପାଣି ନେବାକୁ କେନ୍ଦ୍ର କରି ୨ ଗ୍ରାମବାସୀ ମୁହଁ।ମୁହିଁ

ବୁଗୁଡ଼ା,୧୨ା୮(ଡି.ଏନ୍‌.ଏ.)- ଘାଇରୁ ପାଣି ନେବାକୁ କେନ୍ଦ୍ରକରି ଦୁଇ ଗ୍ରାମବାସୀ ମୁହଁ।ମୁହିଁ ହେବା ପରେ ବିଭାଗୀୟ କର୍ତ୍ତୃପକ୍ଷ ପହଞ୍ଚତ୍ ସମାଧାନ କରିଛନ୍ତି। ଏଭଳି ଘଟଣା ଘଟିଛି ବୁଗୁଡା ଅଞ୍ଚଳରେ। ପ୍ରକାଶ ଯେ, କ୍ଷୁଦ୍ର ଜଳସେଚନ ବିଭାଗ ଅଧିନରେ ଥିବା ଜାଉପାଣିଆ ଘାଇ ଉପରେ ଚିଲିଖମା ଓ ଗୋଳାବନ୍ଧ ଗ୍ରାମବାସୀ ନିର୍ଭର କରନ୍ତି। ଉକ୍ତ ଘାଇରୁ ଚିଲିଖମା ଗ୍ରାମକୁ କେନାଲ ଯୋଗେ ଜଳ ଯୋଗାଣ ସୁବିଧା ରହିଛି। ମାତ୍ର ୩ବର୍ଷ ହେଲା ଦାବି କରୁଥିଲେ ମଧ୍ୟ ଗୋଳାବନ୍ଧକୁ କେନାଲ ସୁବିଧା କରାଯାଉନାହିଁ। ସେମାନେ ନିଜସ୍ବ ଉଦ୍ୟମରେ ପାଇପ ପକାଇ ଜମିକୁ ପାଣି ନେବା ବ୍ୟବସ୍ଥା କରିଥାନ୍ତି। ତେବେ ଚିଲିଖମା ଗ୍ରାମବାସୀ ଉକ୍ତ ପାଇପକୁ ଜାମ୍‌ କରିଦେବା ଫଳରେ ଗୋଳାବନ୍ଧ ଓ ଚିଲିଖମା ଗ୍ରାମବାସୀ ମଧ୍ୟରେ ମଙ୍ଗଳବାର ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଭାଗୀୟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାଳ, ସହକାରୀ ଯନ୍ତ୍ରୀ ସରୋଜ ଶାହା ଓ କନିଷ୍ଠ ଯନ୍ତ୍ରୀ ଅଚ୍ୟୁତାନନ୍ଦ ପାତ୍ର ପ୍ରମୁଖ ପହଞ୍ଚତ୍ ଆଇକଟ୍‌ ମ୍ୟାପ ଅନୁସାରେ ଉଭୟ ଗ୍ରାମକୁ ଜଳଯୋଗାଣ ବ୍ୟବସ୍ଥା ରହିଛି। ଏଣୁ ଗୋଳାବନ୍ଧବାସୀଙ୍କୁ ଏକ ସପ୍ତାହ ମଧ୍ୟରେ ଜଳ ଯୋଗାଇ ଦେବା ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ସମସ୍ୟାର ସମାଧାନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri