ଦୁଇ ଗାଁ ଜଳବନ୍ଦୀ

ବାଲିଆପାଳ, ୨୦।୮(ସ୍ବ.ପ୍ର)- ଦୁଇଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳବନ୍ଦୀ ହୋଇ ଲୋକମାନେ ଜୀବନଯାପନ କରୁଛନ୍ତି। ଘରୁ ପଦାକୁ ବାହାରିଲେ ଆଣ୍ଠୁଏ ଜଳରେ ଯିବାକୁ ପଡୁଛି ତ’ କେଉଁଠି ପ୍ରଧାନମନ୍ତ୍ରୀ ସଡ଼କ ଉପରେ ଆଣ୍ଠୁଏରୁ ଅଧିକ ଜଳରେ ପାରି ହୋଇ ପିଇବା ପାଣି ଆଣିବା ସହିତ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ କିଣିବା ପାଇଁ ମାର୍କେଟ୍‌କୁ ଯିବାକୁ ପଡୁଛି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ବାଲିଆପାଳ ବ୍ଲକ ଅନ୍ତର୍ଗତ ମଧୁପୁରା ଗ୍ରାମପଞ୍ଚାୟତର ଚରବସ୍ତକାଳରୁଇ ଏବଂ ଚୌଧୁରୀ କୁଦରେ। ଦୁଇ ଗ୍ରାମରେ ଜଳ ନିଷ୍କାସନ ହୋଇ ନ ପାରିବାରୁ ନାହିଁ  ନଥିବା ଅସୁବିଧା ସହିତ ବର୍ଷା ଜଳରେ ଉବୁଟୁବୁ ହେଉଛନ୍ତି ଗ୍ରାମବାସୀ।
ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଉଚ୍ଚା ହୋଇଯିବାରୁ ଦୁଇ ଗାଁର ମଝି ଅଂଶ ଖାଲୁଆ ହୋଇଯାଇଥିଲା। ଫଳରେ ଗାଁ ମଝିରେ ବର୍ଷା ଜଳ ଜମି ରହିଛି। ଏହାଛଡ଼ା ରାସ୍ତା ନିର୍ମାଣ ସମୟରେ ଜଳ ନିଷ୍କାସନ ପାଇଁ କୌଣସି ଡ୍ରେନ୍‌ ପ୍ରତି ବିଭାଗୀୟ ଅଧିକାରୀମାନେ ଦୃଷ୍ଟି ନ ଦେଇ ରାସ୍ତା ନିର୍ମାଣ କରାଇଥିଲେ। ପୂର୍ବରୁ ଜଳ ନିଷ୍କାସନ ଲୋକମାନଙ୍କର ବ୍ୟକ୍ତିଗତ ଜମି ଦେଇ ହେଉଥିଲା। ମାତ୍ର ପକ୍କା ରାସ୍ତା ହେବା ପରେ ଲୋକମାନେ ରାସ୍ତା ପାଖରେ ମାଟି ପକାଇ ଉଚ୍ଚା କରି ଘର ନିର୍ମାଣ କରିଦେବାରୁ ଜଳ ନିଷ୍କାସନ ହୋଇ ନ ପାରି ରାସ୍ତା ସହିତ ଉଭୟ ଗାଁ ମଝିରେ ବର୍ଷା ଜଳ ଜମିରହିଛି। ଯାତାୟାତରେ ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପୂର୍ବରୁ ଗ୍ରାମବାସୀ ଏ ସମ୍ପର୍କରେ ମଧୁପୁରା ଗ୍ରାମପଞ୍ଚାୟତର ସରପଞ୍ଚ ଦୋଳଗୋବିନ୍ଦ ମୁର୍ମୁଙ୍କୁ ଜଣାଇଥିଲେ। ସେ ଏହି ସମସ୍ୟାର ସମାଧାନ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଏଯାବତ୍‌ ସରପଞ୍ଚ କିମ୍ବା ପ୍ରଶାସନ ତରଫରୁ କିଛି ପଦକ୍ଷେପ ନ ନେବାରୁ ଲଘୁଚାପ ବର୍ଷାରେ ଦୁଇ ଗାଁର ଲୋକମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରଶାସନ ଏହାର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ନ କଲେ ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇବାର ଚେତାବନୀ ଦେଇଛନ୍ତି। ଏସମ୍ପର୍କରେ ଉନ୍ନୟନ ବିଭାଗର ଏସ୍‌ଡିଓ ସୌଭାଗ୍ୟ ଦାସଙ୍କୁ ପଚାରିବାରୁ ଗ୍ରାମବାସୀଙ୍କୁ ଦରଖାସ୍ତ ଦେବା ପାଇଁ କହିବା ସହିତ ଫଣ୍ଡ ଆସିଲେ ଡ୍ରେନ୍‌ର ବ୍ୟବସ୍ଥା କରାଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri