ନାଗାବଳୀରେ ଲୀନହେବ ୨ ଗାଁ

ରାୟଗଡ଼ା ଅଫିସ,୨୦ା୧୦: ନାଗାବଳୀ ନଦୀର କରାଳ ରୂପରେ ରାୟଗଡ଼ା ଜିଲା ସଦର ବ୍ଲକ ବାଇସିଂ ପଞ୍ଚାୟତ ଅନ୍ତର୍ଗତ ନଦୀ ମୁହାଣରେ ଅବସ୍ଥାପିତ ଦୁଇଟି ଗାଁ ଲୀନହେବାକୁ ଯାଉଛି। ଗତ ସପ୍ତାହକ ମଧ୍ୟରେ ନଦୀ କୂଳ ଖାଇ ମାରିଗୁଡ଼ା ଗ୍ରାମର ଅନେକ ଚାଷଜମି ନଦୀରେ ମିଶିଯିବା ସହ ଗାଁ ମୁଣ୍ଡରେ ଏକ ବିରାଟ ଘାଇ ସୃଷ୍ଟି ହୋଇଛି। ସେହିପରି ଧୂମାଗୁଡ଼ା ଗାଁ ମଧ୍ୟ ବିପଦରେ ରହିଛି। ନଦୀରେ ଆଡ଼ିବନ୍ଧ ନିର୍ମାଣ ସହ ଲେକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ଦୁଇ ଗାଁର ଲୋକେ ୫ ବର୍ଷ ହେଲା ଦାବିକରି ଆସୁଥିଲେ ମଧ୍ୟ ସୁଫଳ ମିଳିନାହିଁ। ପୁଣି ଜିଲାପାଳଙ୍କୁ ଦାବିପତ୍ର ଦେଇ ସମସ୍ୟା ଜଣାଇବାକୁ ବୁଧବାର ବାଇସିଂ ପଞ୍ଚାୟତବାସୀ ଗ୍ରାମସଭା କରି ନିଷ୍ପତ୍ତି ନେଇଛନ୍ତି। ସପ୍ତାହ ମଧ୍ୟରେ ଦାବି ପୂରଣ ନ ହେଲେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅନଶନରେ ବସିବାକୁ ସ୍ଥିର କରିଛନ୍ତି।

ଜିଲାପାଳ କିମ୍ବା ନେତା କେହି ମଧ୍ୟ ସମସ୍ୟାର ସମାଧାନ ନେଇ ଗୁରୁତ୍ୱ ଦେଇ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବାରମ୍ବାର ଦାବି ପରେ ନିରାଶ ହୋଇ ପଞ୍ଚାୟତବାସୀ ବୁଧବାର ସରପଞ୍ଚଙ୍କ ନେତୃତ୍ୱରେ ପୁଣି ଏକାଠି ହୋଇ ସମାଧାନର ଚିନ୍ତା କରିଛନ୍ତି। ଜନ ପ୍ରତିନିଧିଙ୍କ ନୀରବତାକୁ ନେଇ ଅସନ୍ତୋଷ ପ୍ରକାଶ କରି ଆଗାମୀ ଦିନରେ ସାମୂହିକ ପ୍ରଶ୍ନ କରିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୀରମିତ୍ରପୁର ଅଞ୍ଚଳରେ ଲଜ୍ଜା; ଜଙ୍ଗଲରେ ୨ନାବାଳିକାଙ୍କୁ ଗଣ ବଳାତ୍କାର, ୫ ଜଣ…

କୁଆଁରମୁଣ୍ଡା,୧୬।୯(ମହେନ୍ଦ୍ର କୁମାର ସାହୁ) : ବୀରମିତ୍ରପୁର ଥାନା ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ୨ ଜଣ ନାବାଳିକାଙ୍କୁ ଏକ ଜଙ୍ଗଲରେ ୫ ଜଣ…

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ଥୁଆମୂଳ ରାମପୁରରେ ମା’ ମାଣିକେଶ୍ୱରୀଙ୍କ ବାଲିଯାତ୍ରା ଓ ଦଶହରା ପୂଜାସୂଚୀ ପ୍ରକାଶିତ, ଝାମୁଯାତ୍ରା…

ଥୁଆମୂଳ ରାମପୁର,୧୬।୯(ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲାର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଇଷ୍ଟଦେବୀ ହେଉଛନ୍ତି ମା’ ମାଣିକେଶ୍ୱରୀ । ଥୁଆମୂଳ ରାମପୁର ଠାରେ ଚଳିତ ୨୦୨୬ ବର୍ଷର…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?