୨ ବୁଥ୍‌ରେ ପଡ଼ିଲାନି ଖଣ୍ଡିଏ ଭୋଟ

ଢେଙ୍କାନାଳ ଅଫିସ୍‌, ୧୯ ।୨

ଅନୁରୋଧ କଲେ। ଦାବି ଜଣାଇଲେ। ପ୍ରତିବାଦ କଲେ। ହେଲେ ଲୋକମାନଙ୍କ ସମସ୍ୟାକୁ କେହି ଗୁରୁତ୍ୱ ଦେଲେନି କି ଦୁର୍ଗାପ୍ରସାଦକୁ ମିଳିଲାନି ରାଜସ୍ବ ମୌଜା ମାନ୍ୟତା। ଅଞ୍ଚଳବାସୀଙ୍କ ସମ୍ମାନ ଓ ଭାବାବେଗ ସହିତ ଜଡ଼ିତ ଏହି ପ୍ରସଙ୍ଗରେ ପ୍ରଶାସନିକ ଉଦାସୀନତାର ଜବାବ ଭୋଟବର୍ଜନ କରି ଦେଇଛନ୍ତି ଅଞ୍ଚଳବାସୀ। ଗ୍ରାମର ଜଣେ କେହି ଭୋଟର ମତଦାନ କରି ନ ଥିବାରୁ ଖାଲି ଭୋଟ ବାକ୍ସ ନେଇ ଫେରିଛନ୍ତି ପୋଲିଂ ପାର୍ଟି। ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଅପହରଣ, ରାଜନୈତିକ ହିଂସା, ବାଲଟ ବାକ୍ସ ଲୁଟ୍‌ ଭଳି ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଢେଙ୍କାନାଳ ଜିଲା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଦୁର୍ଗାପ୍ରସାଦ ଗ୍ରାମବାସୀଙ୍କ ଭୋଟବର୍ଜନ ପ୍ରଶାସନିକ ଅବହେଳାର କଡ଼ା ଜବାବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ କହିଛନ୍ତି।
୨ ଓ୍ବାର୍ଡ ବିଶିଷ୍ଟ ଦୁର୍ଗାପ୍ରସାଦ ଗ୍ରାମର ୧୧ନଂ. ବୁଥ୍‌ରେ ୪୧୪ ଏବଂ ୧୨ନଂ. ବୁଥରେ ୪୨୪ ଭୋଟର ଅଛନ୍ତି। ବ୍ଲକର ସାମାଜିକ, ସାଂସ୍କୃତିକ ବିକାଶରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଏହି ଗ୍ରାମକୁ ରାଜସ୍ବ ମୌଜା ମାନ୍ୟତା ଦେବା ଲାଗି ୨୦୦୯ରୁ ପ୍ରଶାସନିକ ପ୍ରତିଶ୍ରୁତି ମିଳିଥିଲେ ମଧ୍ୟ ତାହା ଏଯାଏ ପୂରଣ ହୋଇନାହିଁ। ପ୍ରତିବାଦ ସ୍ବରୂପ ଗତ ଜାନୁୟାରୀ ୨୮ରେ ଗ୍ରାମବାସୀ ଭୋଟବର୍ଜନ କରିବା ଲାଗି ଚେତାବନୀ ଦେବାସହ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ନିର୍ବାଚନ ପୂର୍ବରୁ ଜିଲାପାଳ ଗ୍ରାମକୁ ଯାଇ ସେଠାକାର ଲୋକଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସମାଧାନର ପନ୍ଥା ବାହାରି ନ ଥିଲା। ଫଳରେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଗ୍ରାମବାସୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ହୋଇଥିବା ମତଦାନ କେନ୍ଦ୍ର ଆଗରେ ଟାୟାରଜାଳି ଧାରଣା ଦେବା ସହିତ ଭୋଟ ବର୍ଜନ କରିଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ ସରୋଜ କୁମାର ସେଠୀ କୁହନ୍ତି, ଦୁର୍ଗାପ୍ରସାଦକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ ଲାଗି କିଛି କାର୍ଯ୍ୟ ବାକି ରହିଛି। ଏଥିଲାଗି ସମୟ ଲାଗିବ। ସମସ୍ୟାର ସମାଧାନ ଲାଗି ଦୃଷ୍ଟି ଦିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri