ଦୁଇ ଯାଆ ଓ୍ବାର୍ଡସଭ୍ୟ ପ୍ରାର୍ଥୀ

କାମାକ୍ଷାନଗର, ୧୦ା୨(ଡି.ଏନ.ଏ): ରାଜନୀତି ଆଗରେ ଫିକା ପଡ଼ିଯାଏ ପାରିବାରିକ ସମ୍ପର୍କ। ଆଞ୍ଚଳିକସ୍ତରରୁ ଜାତୀୟସ୍ତର ଯାଏ ଦେଖିଲେ ଏଭଳି ଉଦାହରଣର ଅଭାବ ନାହିଁ। ନିକଟରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ରାଜ୍ୟରେ ଏମିତି ଏକାଧିକ ଘଟଣା ଦୃଷ୍ଟିଗୋଚର ହୋଇଛି। ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକରୁ ଏଭଳି ଏକ ଚିତ୍ର ସାମ୍ନାକୁ ଆସିଛି। କାଦୁଆ ପଞ୍ଚାୟତର ୨ନଂ. ୱାର୍ଡର ଓ୍ବାର୍ଡମେମ୍ବର ପଦବୀ ଲାଗି ଦୁଇ ଯାଆଙ୍କ ମଧ୍ୟରେ ଲଢ଼େଇ ହେଉଛି। ବଡ଼ଯାଆ ତଅପୋଇ ସେଠୀଙ୍କ ବିପକ୍ଷରେ ଛିଡ଼ା ହୋଇଛନ୍ତି ସାନ ଯାଆ ଜଲି ସେଠୀ। ଏହି ଓ୍ବାର୍ଡସଭ୍ୟ ପଦବୀ ଅନୁସୂଚିତ ଜାତି ମହିଳାଙ୍କ ଲାଗି ଉଦ୍ଦିଷ୍ଟ ରହିଛି। ତଅପୋଇଙ୍କୁ ନିକିତି ଏବଂ ଜଲିଙ୍କୁ ଶଗଡ଼ ଚିହ୍ନ ମିଳିଛି। ତେବେ ଗୋଟିଏ ପଦବୀ ପାଇଁ ଦୁଇ ଯାଆଙ୍କ ମଧ୍ୟରେ ଲଢ଼େଇ ହେଉଥିବା ବେଳେ ପରିବାର ଲୋକେ କାହାକୁ ଭୋଟ୍‌ ଦେବେ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା...

ବିଜେଡି ଛାଡିଲେ ରାଜ୍ୟ ସମ୍ପାଦକ ହର୍ଷବର୍ଦ୍ଧନ

ଢେଙ୍କାନାଳ,୩ା୪(ରତନ ନାୟାର): ଢେଙ୍କାନାଳ ଜିଲା ବିଜେଡିର ବରିଷ୍ଠ ନେତା ତଥା ରାଜ୍ୟ ବିଜେଡି ସମ୍ପାଦକ ହର୍ଷବର୍ଦ୍ଧନ ସିଂହଦେଓ ମଙ୍ଗଳବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri