୨ ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଜୟପୁର, ୩୧।୩ (ନି.ପ୍ର.): ୨ ନାବାଳିକା ବଳାତ୍କାର ମାମଲାର ବିଚାରକରି ଜୟପୁର ଆଡହକ ଅତିରିକ୍ତ ଦୌରା ଜଜ୍‌ ଓ ଫାଷ୍ଟ ଟ୍ରାକ୍‌ ସ୍ପୋଶାଲ କୋର୍ଟ ଜଜ୍‌ ପ୍ରଦୀପ ସାସମଲ ୨ଜଣ ଯୁବକଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ଆର୍ଥତ୍କ ଜରିମାନା କରିଛନ୍ତି। କୁନ୍ଦୁରା ବ୍ଲକ ନାରା ଗ୍ରାମର ଅଭିଯୁକ୍ତ ଦିଲୀପ ବାରିକଙ୍କୁ ୨ଟି ଦଫାରେ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରାଯାଇଛି ା ଏହା ଅର୍ଥ ଅନାଦାୟ ହେଲେ ଅଧିକ ୯ ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ବିଚାରପତି ତାଙ୍କ ରାୟରେ କହିିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲା ଆଇନ ସେବା ପ୍ରାଧିକରଣ ମାଧ୍ୟମରେ ସମ୍ପୃକ୍ତା ନାବାଳିକା ପୀଡିତାଙ୍କୁ ୨ ଲକ୍ଷ ଏବଂ ଆଦାୟ ହେବାକୁ ଥିବା ଜରିମାନା ଟଙ୍କା ଦେବାକୁ ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି। ବିବରଣୀରୁ ଜଣାପଡିଛି, ୮ା୧୨ା୨୦୧୭ରେ ବାପା ଘରେ ନ ଥିବା ସମୟରେ ପୀଡିତାଙ୍କ ସମ୍ପର୍କୀୟ ଦିଲୀପ ବାରିକ ତାଙ୍କୁ କଲେଜରେ ଛାଡିଦେବି କହି ନିଜ ଘରକୁ ନେଇ ନାବାଳିକାଙ୍କ ଅନିଚ୍ଛା ସତ୍ତ୍ୱେ ବଳାତ୍କାର କରିଥିଲେ। ଏନେଇ ପରିବାର ଲୋକେ ଜୟପୁର ମହିଳା ଥାନାରେ ଅଭିଯୋଗ କରିଥିଲେ ା ଅଭିଯୋଗକୁ ଭିତ୍ତିକରି ମହିଳା ଥାନା ପୋଲିସ ମାମଲା ରୁଜୁ କରି ଦିଲୀପଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଅଭିଯୁକ୍ତଙ୍କୁ କୋର୍ଟ ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସେହିପରି ବୈପାରିଗୁଡା ଥାନା ଅନ୍ତର୍ଗତ ଅନ୍ୟ ଏକ ବଳାତ୍କାର ମାମଲାରେ ଅଭିଯୁକ୍ତ ନିନି ଗୁରୁ ହନ୍ତାଳଙ୍କୁ କୋର୍ଟ ୧୫ ବର୍ଷ ସଶ୍ରମ କାରାଦଣ୍ଡ ଦେଇଛନ୍ତି। ଏଥିସହ ତାଙ୍କୁ ୧୫ ହଜାର ଟଙ୍କା ଆର୍ଥତ୍କ ଜରିମାନା କରିଛନ୍ତି ା ଏହା ଅନାଦାୟ ହେଲେ ଅଧିକ ୯ ମାସ ଜେଲଦଣ୍ଡ ଭୋଗିବାକୁ ବିଚାରପତି ତାଙ୍କ ରାୟରେ କହିଛନ୍ତି ା ମାମଲାର ବିବରଣୀରୁ ଜଣାପଡିଛି , ୧୭ା୫ ା୨୦୧୫ରେ ନାବାଳିକା ଘରେ ନ ଥିବା ଦେଖି ପରିବାର ଲୋକେ ଖୋଜାଖୋଜି କରିଥିଲେ । ୨ ଦିନ ପରେ ନାବାଳିକା ଘରକୁ ଫେରି ଅଭିଯୁକ୍ତ ନିନି ଗୁରୁ ତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ପରିବାର ଲୋକଙ୍କୁ କହିଥିଲେ। ଏନେଇ ପରିବାର ଲୋକେ ବୈପାରିଗୁଡା ଥାନାରେ ଅଭିଯୋଗ କରିଥିଲେ। ୧୧ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି କୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି। ଏହି ୨ଟି ମାମଲାକୁ ପବ୍ଲିକ ପ୍ରସିକ୍ୟୁଟର ବି.ଗାୟିତ୍ରୀ ଦେବୀ ପରିଚାଳନା କରୁଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଶହୀଦ ଗ୍ରାମରକ୍ଷୀଙ୍କ ପରିବାରକୁ ଭେଟି ସମ୍ବର୍ଦ୍ଧିତ ଜଣାଇଲେ ଏସଡିପିଓ, ଝିଅର ପାଠପଢାକୁ ନେଇ ଦେଲେ ଏମିତି ପ୍ରତିଶ୍ରୁତି

ପଟ୍ଟାଙ୍ଗି, ୩୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧୀନରେ କାର୍ଯ୍ୟ କରୁଥିବା ସ୍ବର୍ଗତ ଗ୍ରାମରକ୍ଷୀ ଜଗା ଖିଲଙ୍କ ମା , ଝିଅ ଏବଂ ସ୍ତ୍ରୀଙ୍କୁ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri