ମାଡ଼ ମାରିଥିବା ଶିକ୍ଷୟିତ୍ରୀ ସମେତ ୨ ନିଲମ୍ବିତ

କାଲିମେଳା,୨ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ହାଇସ୍କୁଲରେ ଦୁଇ ଶିକ୍ଷାଧିକାରୀଙ୍କ ସମ୍ମୁଖରେ ଜଣେ ଶିକ୍ଷକଙ୍କୁ ସେହି ସ୍କୁଲର ଶିକ୍ଷୟିତ୍ରୀ ମାଡ଼ ମାରିବା ଘଟଣାରେ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମାଡ଼ ମାରିଥିବା ସହକାରୀ ଶିକ୍ଷୟିତ୍ରୀ ଇଲା ସେନ୍‌ ଏବଂ ମାଡ଼ ମାରିବା ସମୟର ଭିଡିଓ ଭାଇରାଲ କରିଥିବା ଶିକ୍ଷକ ଅନିଲ ବିଶ୍ୱାସଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ସେହିପରି ସ୍କୁଲର ପ୍ରଧାନ ଶିକ୍ଷକ ଶ୍ୟାମଲକାନ୍ତି ଦାସ ଏବଂ ଅନ୍ୟ ଦୁଇ ଶିକ୍ଷକ ସାମ୍ରାଟ କେଶରୀ ବେହେରା ଓ ରତନ ଦାସଙ୍କୁ ଅନ୍ୟ ବିଦ୍ୟାଳୟକୁ ବଦଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ସ୍କୁଲର ୨ ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କ ମଧ୍ୟରେ ବିବାଦ ରହିଥିଲା। ଶିକ୍ଷୟିତ୍ରୀ ଜଣକ କିଛିଦିନ ତଳେ ଦୁଇ ଶିକ୍ଷକଙ୍କ ନାମରେ ଥାନାରେ ଅଭିଯୋଗ କରିଥିଲେ। ଗ୍ରାମବାସୀଙ୍କ ଦ୍ୱାରା ସମସ୍ୟାର ସମାଧାନ କରାଯାଇଥିଲା। ଏ ନେଇ ଶିକ୍ଷୟିତ୍ରୀ ଜଣକ କାଲିମେଳା ବିଇଓଙ୍କ ନିକଟରେ ମଧ୍ୟ ଅଭିଯୋଗ କରିଥିଲେ। ଗତ ମଙ୍ଗଳବାର କାଲିମେଳା ଏବିଇଓ ଚିନ୍ତାହରଣ ମଧୁ ଓ ଅସିତ ମିସ୍ତ୍ରି ତଦନ୍ତ କରିବାକୁ ସ୍କୁଲକୁ ଯାଇଥିଲେ। ଏହି ସମୟରେ ସିଆର୍‌ସିସି ସୁଭାଷ ମଣ୍ଡଳ, ଏସ୍‌ଏମ୍‌ସି ସଭାପତି ସୁମନ୍ତ ରାୟଙ୍କ ଉପସ୍ଥିତିରେ ବୈଠକ ଚାଲିଥିବାବେଳେ ଶିକ୍ଷୟିତ୍ରୀ ଇଲା ସେନ୍‌ ଉତ୍ତ୍ୟକ୍ତ ହୋଇ ଅଧିକାରୀମାନଙ୍କ ସମ୍ମୁଖରେ ଶିକ୍ଷକଙ୍କୁ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ମାଡ଼ ଖାଇଥିବା ଶିକ୍ଷକ ସମ୍ରାଟ କେଶରୀ ବେହେରା ଶିକ୍ଷୟିତ୍ରୀଙ୍କ ବିରୋଧରେ ବିଇଓଙ୍କ ନିକଟରେ ଅଭିଯୋଗ କରିଥିଲେ।
ଏହି ଘଟଣା ମାଲକାନଗିରି ଜିଲା ସମେତ ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ହେବାପରେ ଜିଲାପାଳଙ୍କ ନିର୍ଦ୍ଦେଶରେ ଡିଇଓ ମାନସ ରଞ୍ଜନ ଜେନା ଗୁରୁବାର ଏମ୍‌ପିଭି- ୬୫ ହାଇସ୍କୁଲ ଗସ୍ତକରି ଘଟଣାର ତଦନ୍ତ କରିଥିଲେ। ପରେ ଡିଇଓଙ୍କ ନିର୍ଦ୍ଦେଶରେ କାଲିମେଳା ବିଇଓ ରମେଶ ବାରୋଇ ୨ ଶିକ୍ଷୟିତ୍ରୀ ଏବଂ ଶିକ୍ଷକଙ୍କୁ ନିଲମ୍ବନ କରିଛନ୍ତି। ସ୍କୁଲରେ ବିଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରୁଥିବା ଅନ୍ୟ ୩ ଶିକ୍ଷକଙ୍କୁ ମଧ୍ୟ ବଦଳି କରାଯିବା ପାଇଁ ପଦକ୍ଷେପ ନିଆଯାଉଥିବା ବିଇଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri