Posted inଖେଳ

ପଡ଼ିଆରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ଦୁଇ କ୍ରିକେଟର

ଆଣ୍ଟିଗୁଆ,୩।୭: ଏଠାରେ ଶୁକ୍ରାବର ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ମହିଳା ଟି୨୦ ମ୍ୟାଚ୍‌ରେ ହଠାତ୍‌ ଚେତାଶୂନ୍ୟ ହୋଇପଡ଼ି ଯାଇଥିଲେ ଓ୍ବେଷ୍ଟଇଣ୍ଡିଜର ଚିନେଲେ ହେନରୀ ଓ ଚେଦିନ ନେଶନ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଉଭୟଙ୍କ ଚେତା ଫେରିଛି। ସେମାନଙ୍କ ଅବସ୍ଥା ସ୍ଥିର ଥିବା କ୍ରିକେଟ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ କୁହାଯାଇଛି।

ପାକିସ୍ତାନ ଦଳର ବିଜୟ ଲକ୍ଷ୍ୟର ପିଛା କରୁଥିବାବେଳେ ଉଭୟ ଘଟଣା ଘଟିଥିଲା। ଦୁହେଁ ଆହତ ହୋଇ ମ୍ୟାଚ୍‌ରୁ ବାଦ୍‌ ପଡ଼ିବାରୁ ଦୁଇ ବଦଳ (ସବଷ୍ଟିଚ୍ୟୁଟ) ଖେଳାଳିଙ୍କୁ ପଡ଼ିଆରେ ଓହ୍ଲାଇଥିଲା ଓ୍ବେଷ୍ଟଇଣ୍ଡିଜ ଦଳ। ଶେଷରେ ଡକଓ୍ବର୍ଥ ଲୁଇସ ମେଥଡ୍‌ରେ ଘରୋଇ ଦଳକୁ ବିଜୟୀ ଘୋଷିତ କରାଯାଇଥିଲା।

ଏଭଳି ପରିସ୍ଥିତିରେ ଖେଳିବା ସହଜ ନୁହେଁ। ଆହତ ସଦସ୍ୟାଙ୍କ ସମ୍ପର୍କରେ ଜାଣିବା ପାଇଁ ଆମେ ଅପେକ୍ଷା କରିଛୁ। ସେମାନଙ୍କ ପ୍ରତି ଆମର ସମ୍ପୂର୍ଣ୍ଣ ସମର୍ଥନ ରହିଛି ବୋଲି ଓ୍ବେଷ୍ଟଇଣ୍ଡିଜ ଦଳର କୋଚ୍‌ କର୍ଟନି ଓ୍ବାଲଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri