ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ମହିଳା ମାଓବାଦୀ ଦ୍ୱୟ ହେଲେ ନନ୍ଦିନୀ ଓ କରୁଣା। ନନ୍ଦିନୀ ଦାରିଙ୍ଗବାଡ଼ିର ବିନୋଦଙ୍କୁ ଏବଂ କରୁଣା ଜି.ଉଦୟଗିରି ଅଞ୍ଚଳର ସ୍ବପ୍ନେଶ୍ୱରଙ୍କୁ ବିବାହ କରିଛନ୍ତି। ଉଭୟ ପୁଅ ଘର ଲୋକେ ପୋଲିସ ରିଜର୍ଭ ପଡ଼ିଆରୁ ବରଯାତ୍ରୀରେ ବାହାରି ରାଧାକୃଷ୍ଣ ମନ୍ଦିରରେ ପହଞ୍ଚିଥିଲେ। ପୋଲିସ ପକ୍ଷରୁ ସମସ୍ତଙ୍କୁ ପାଛୋଟି ନିଆଯାଇଥିଲା। ଏହା ପରେ ମନ୍ଦିରରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା। ମାଓବାଦୀ କ୍ୟାମ୍ପ ଛାଡ଼ି ନୂଆ ଜୀବନ ଗଢ଼ୁଥିବାରୁ ଉଭୟ କରୁଣା ଏବଂ ନନ୍ଦିନୀ ଖୁସି ଅଛନ୍ତି। ଏସ୍‌ପି କନ୍ଧମାଳ ବିନୀତ ଅଗ୍ରଓ୍ବାଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ବିବାହ କାର୍ଯ୍ୟ ହୋଇଥିଲା। ନନ୍ଦିନୀ ୨୦୧୯ରେ କନ୍ଧମାଳ ଏସ୍‌ପିଙ୍କ ପାଖରେ ଏବଂ କରୁଣା ୨୦୨୧ରେ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ କନ୍ଧମାଳ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ଏସ୍‌ପି ବିନୀତ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri