ବିବାହ ବନ୍ଧନରେ ବାନ୍ଧିହେଲେ ଦୁଇ ମହିଳା ମାଓବାଦୀ

ଫୁଲବାଣୀ ଅଫିସ,୪ା୧୨: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଦୁଇ ମହିଳା ମାଓବାଦୀ। କନ୍ଧମାଳ ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଥିବା ରାଧାକୃଷ୍ଣ ମନ୍ଦିରରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ମହିଳା ମାଓବାଦୀ ଦ୍ୱୟ ହେଲେ ନନ୍ଦିନୀ ଓ କରୁଣା। ନନ୍ଦିନୀ ଦାରିଙ୍ଗବାଡ଼ିର ବିନୋଦଙ୍କୁ ଏବଂ କରୁଣା ଜି.ଉଦୟଗିରି ଅଞ୍ଚଳର ସ୍ବପ୍ନେଶ୍ୱରଙ୍କୁ ବିବାହ କରିଛନ୍ତି। ଉଭୟ ପୁଅ ଘର ଲୋକେ ପୋଲିସ ରିଜର୍ଭ ପଡ଼ିଆରୁ ବରଯାତ୍ରୀରେ ବାହାରି ରାଧାକୃଷ୍ଣ ମନ୍ଦିରରେ ପହଞ୍ଚିଥିଲେ। ପୋଲିସ ପକ୍ଷରୁ ସମସ୍ତଙ୍କୁ ପାଛୋଟି ନିଆଯାଇଥିଲା। ଏହା ପରେ ମନ୍ଦିରରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା। ମାଓବାଦୀ କ୍ୟାମ୍ପ ଛାଡ଼ି ନୂଆ ଜୀବନ ଗଢ଼ୁଥିବାରୁ ଉଭୟ କରୁଣା ଏବଂ ନନ୍ଦିନୀ ଖୁସି ଅଛନ୍ତି। ଏସ୍‌ପି କନ୍ଧମାଳ ବିନୀତ ଅଗ୍ରଓ୍ବାଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ବିବାହ କାର୍ଯ୍ୟ ହୋଇଥିଲା। ନନ୍ଦିନୀ ୨୦୧୯ରେ କନ୍ଧମାଳ ଏସ୍‌ପିଙ୍କ ପାଖରେ ଏବଂ କରୁଣା ୨୦୨୧ରେ ଡିଜିଙ୍କ ନିକଟରେ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ କନ୍ଧମାଳ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ କରାଯିବ ବୋଲି ଏସ୍‌ପି ବିନୀତ ଅଗ୍ରଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?