ପଞ୍ଚୁକରେ ବୁଡ଼ ପକାଇବାବେଳେ ନଦୀରେ ଭାସିଗଲେ ୨ ମହିଳା, ଲୁଗା ଭାସିଯିବାରୁ…

ଦିଗପହଣ୍ଡି,୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ସେବକ ଟିକରପଡ଼ା ଗାଁ ନିକଟ ଘୋଡ଼ାହାଡ଼ ନଦୀରେ ପବିତ୍ର କାର୍ତ୍ତିକ ମାସ ପଞ୍ଚୁକ ପାଇଁ ବୁଡ଼ ପକାଇବାକୁ ଯାଇ ଗାଧୋଉଥିବା ବେଳେ ୨ ମହିଳା ନଦୀରେ ଭାସି ଯାଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୋମବାର ଭୋର ୩ଟାରେ ଏହି ଅଘଟଣ ଘଟିଛି। ମୃତକ ଦ୍ବୟ ହେଲେ ସେବକ ଟିକରପଡ଼ା ଗାଁର ସିମାଞ୍ଚଳ ପାଢ଼ୀଙ୍କ ସ୍ତ୍ରୀ ଲଳିତା(୬୪) ଏବଂ ଧନୁ ଗୌଡ଼ଙ୍କ ସ୍ତ୍ରୀ ସବିତା(୪୦)।

ଲଳିତା ଗାଧୋଇ ସାରି ଲୁଗା ଚିପୁଡୁଥିବା ବେଳେ ଲୁଗାଟି ଭାସି ଯାଇଥିଲା। ଲୁଗାକୁ ଆଣିବା ବେଳେ ଅସାବଧାନତା କାରଣରୁ ସେ ନଦୀର ଗଭୀର ଗଣ୍ଡ ମଧ୍ୟକୁ ଚାଲିଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ବେଳେ ସବିତା ମଧ୍ୟ ନଦୀରେ ବୁଡ଼ି ଯାଇଥିଲେ। ଉଭୟେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼, ସାମାଜିକ କର୍ମୀ ସୀମାଞ୍ଚଳ କର ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ ପ୍ରାୟ ୧ କିମି ଦୂର ଗୋଲଣ୍ଡା ଗ୍ରାମ ନଦୀପଠାରେ ପହଞ୍ଚି ଗ୍ରାମର କିଛିବ୍ୟକ୍ତିଙ୍କ ସହାୟତାରେ ନଦୀରୁ ଉଭୟଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ।

ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ପୋଲିସ ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ଅପମୃତ୍ୟୁ ମାମଲା ନଂ.୪୪/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ଉଭୟଙ୍କ ଅନ୍ତିମ ସଂସ୍କାର କରାଯାଇଛି। ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପ୍ରବଳ ବର୍ଷା ହେବାରୁ ଘୋଡ଼ାହାଡ଼ ଡ୍ୟାମରୁ ନଦୀକୁ ପାଣି ଛଡ଼ା ଯାଇଥିଲା। ପୂର୍ବରୁ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ମଧ୍ୟକୁ କୌଣସି ବ୍ୟକ୍ତି ନ ଯିବା ସହ ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡ଼ିବା ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ଅନ୍ୟପକ୍ଷରେ ସେବକ ଟିକରପଡ଼ା ଗ୍ରାମ ନିକଟ ନଦୀରେ ଲୋକେ ଗାଧୋଇବା ପାଇଁ ଏକ ଗଣ୍ଡ କରିଛନ୍ତି। ସେହି ଗଣ୍ଡରେ ଗାଧୋଉଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ଘଟଣା ପ୍ରଘଟ ହେବା ପରେ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri