ପଞ୍ଚୁକରେ ବୁଡ଼ ପକାଇବାବେଳେ ନଦୀରେ ଭାସିଗଲେ ୨ ମହିଳା, ଲୁଗା ଭାସିଯିବାରୁ…

ଦିଗପହଣ୍ଡି,୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ସେବକ ଟିକରପଡ଼ା ଗାଁ ନିକଟ ଘୋଡ଼ାହାଡ଼ ନଦୀରେ ପବିତ୍ର କାର୍ତ୍ତିକ ମାସ ପଞ୍ଚୁକ ପାଇଁ ବୁଡ଼ ପକାଇବାକୁ ଯାଇ ଗାଧୋଉଥିବା ବେଳେ ୨ ମହିଳା ନଦୀରେ ଭାସି ଯାଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୋମବାର ଭୋର ୩ଟାରେ ଏହି ଅଘଟଣ ଘଟିଛି। ମୃତକ ଦ୍ବୟ ହେଲେ ସେବକ ଟିକରପଡ଼ା ଗାଁର ସିମାଞ୍ଚଳ ପାଢ଼ୀଙ୍କ ସ୍ତ୍ରୀ ଲଳିତା(୬୪) ଏବଂ ଧନୁ ଗୌଡ଼ଙ୍କ ସ୍ତ୍ରୀ ସବିତା(୪୦)।

ଲଳିତା ଗାଧୋଇ ସାରି ଲୁଗା ଚିପୁଡୁଥିବା ବେଳେ ଲୁଗାଟି ଭାସି ଯାଇଥିଲା। ଲୁଗାକୁ ଆଣିବା ବେଳେ ଅସାବଧାନତା କାରଣରୁ ସେ ନଦୀର ଗଭୀର ଗଣ୍ଡ ମଧ୍ୟକୁ ଚାଲିଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ବେଳେ ସବିତା ମଧ୍ୟ ନଦୀରେ ବୁଡ଼ି ଯାଇଥିଲେ। ଉଭୟେ ନଦୀର ପ୍ରଖର ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ପଞ୍ଚାୟତ ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼, ସାମାଜିକ କର୍ମୀ ସୀମାଞ୍ଚଳ କର ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ ପ୍ରାୟ ୧ କିମି ଦୂର ଗୋଲଣ୍ଡା ଗ୍ରାମ ନଦୀପଠାରେ ପହଞ୍ଚି ଗ୍ରାମର କିଛିବ୍ୟକ୍ତିଙ୍କ ସହାୟତାରେ ନଦୀରୁ ଉଭୟଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ।

ଉଭୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ପୋଲିସ ଟିମ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ଅପମୃତ୍ୟୁ ମାମଲା ନଂ.୪୪/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ଉଭୟଙ୍କ ଅନ୍ତିମ ସଂସ୍କାର କରାଯାଇଛି। ବାତ୍ୟା ‘ମୋନ୍ଥା’ ପ୍ରଭାବରେ ପ୍ରବଳ ବର୍ଷା ହେବାରୁ ଘୋଡ଼ାହାଡ଼ ଡ୍ୟାମରୁ ନଦୀକୁ ପାଣି ଛଡ଼ା ଯାଇଥିଲା। ପୂର୍ବରୁ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନଦୀ ମଧ୍ୟକୁ କୌଣସି ବ୍ୟକ୍ତି ନ ଯିବା ସହ ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡ଼ିବା ପାଇଁ ସତର୍କ ସୂଚନା ଜାରି କରାଯାଇଥିଲା। ଅନ୍ୟପକ୍ଷରେ ସେବକ ଟିକରପଡ଼ା ଗ୍ରାମ ନିକଟ ନଦୀରେ ଲୋକେ ଗାଧୋଇବା ପାଇଁ ଏକ ଗଣ୍ଡ କରିଛନ୍ତି। ସେହି ଗଣ୍ଡରେ ଗାଧୋଉଥିବା ବେଳେ ଏହି ଦୁଃଖଦ ଘଟଣା ଘଟିଥିବା ଜଣାପଡ଼ିଛି। ଘଟଣା ପ୍ରଘଟ ହେବା ପରେ ସମ୍ପୃକ୍ତ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri