ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରି ୨ ମହିଳା ଗୁରୁତର

ଝାରସୁଗୁଡ଼ା ଅଫିସ୍‌,୪।୩: ସ୍ବାସ୍ଥ୍ୟ ବିଭାଗ ତରଫରୁ ଝାରସୁଗୁଡ଼ା ଜିଲା ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମହିଳାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଯାଇଥିଲ। ଏଥିରେ ତ୍ରୁଟି ଦେଖାଦେବାରୁ ୨ଜଣ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ସେମାନେ ଏବେ ଚିକିତ୍ସାଧୀନ ଅଛନ୍ତି। ମହିଳାଦ୍ୱୟ ହେଲେ କନକତୋରା ପଞ୍ଚାୟତ କୁହାକୁଣ୍ଡା ଗ୍ରାମର ଜିତେନ ଭୋଇଙ୍କ ସ୍ତ୍ରୀ ସରିତା ଓ ପଲସଦା ପଞ୍ଚାୟତ ନାଚେନମୁରା ଗ୍ରାମର ଜୟ କୁମାର ଗୁପ୍ତାଙ୍କ ସ୍ତ୍ରୀ ଅରୁଣା।
ସୂଚନା ଅନୁଯାୟୀ ଗତ ୨୩ତାରିଖରେ ଅରୁଣାଙ୍କ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ହୋଇଥିଲା। ଏହାର ୭ଦିନ ପରେ ସେ ସିଲେଇ ଖୋଲିବା ପାଇଁ ଡାକ୍ତରଖାନା ଆସିଥିଲେ। ଏହି ସମୟରେ ତାଙ୍କ ପେଟରୁ ଅନ୍ତନଳୀ ବାହାରକୁ ବାହାରି ପଡିଥିଲା। ଫଳରେ ସେ ଗୁରୁତର ହୋଇପଡିଥିଲେ। ଏଭଳି ଅବସ୍ଥାରେ ଡାକ୍ତର ପୁଣି ସିଲେଇ କରିଥିଲେ। ଏବେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ସେହିଭଳି ସରିତା ଗତ ମଙ୍ଗଳବାର ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇଥିଲେ। ଏହି ସମୟରେ ତାଙ୍କର ପ୍ରବଳ ରକ୍ତସ୍ରାବ ହୋଇଥିଲା। ଏପରି କି ଏହା ବନ୍ଦ ହୋଇ ନ ଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁଧବାର ବୁର୍ଲା ଭିମସାରକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ସେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ବୋଲି ସ୍ବାମୀ ଜିତେନ କହିଛନ୍ତି। ସେ ଅଭିଯୋଗ କରିଛନ୍ତି, ଡାକ୍ତରଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ସରିତାଙ୍କ ଖାଦ୍ୟନଳୀ କଟିଯାଇଛି। ଏଭଳି ତ୍ରୁଟି ଅକ୍ଷମଣୀୟ। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ସାଙ୍ଗକୁ ସରିତା ଆରୋଗ୍ୟ ହେଲା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବିଭାଗ ସମସ୍ତ ଚିକିତ୍ସାଖର୍ଚ୍ଚ ବହନ କରୁ ବୋଲି ସେ ଦାବି କରିଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସକ ଡା. ଲାଲା ମୋହନ ରାଉତରାୟ ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri