ନିର୍ମାଣାଧୀନ ପାଇଖାନାରେ ଶ୍ୱାସରୁଦ୍ଧ ହୋଇଗଲେ, ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଖଡ଼ିଆଳ,୧୭।୮(ସୁଜିତ କୁମାର ପ୍ରଧାନ ): ନୂଆପଡ଼ା ଜିଲା ଖଡ଼ିଆଳ ୱାର୍ଡ ନଂ ୧୦ ଲକ୍ଷ୍ମୀ ଛକ ନିବାସୀ ଗୋବିନ୍ଦ ସାହୁ ନାମକ ଜଣେ ବ୍ୟକ୍ତିଙ୍କ ନିର୍ମାଣାଧୀନ ପାଇଖାନା ଟାଙ୍କି ଫଳସ ଖୋଲିବା ବେଳେ ଅଘଟଣ ଘଟି ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଡ଼ିଆଳ ଥାନା ଅନ୍ତର୍ଗତ ଛତା ଗ୍ରାମର ରଘୁନାଥ ହାତୀ (୨୭) ଓ କୁଟେନମୁଣ୍ଡା ଗ୍ରାମର ବାସୁଦେବ ଭୋଇ (୩୫)।
ସୂଚନାନୁଯାୟୀ, ରବିବାର ଦିବା ପ୍ରାୟ ୨.୩୦ ସମୟରେ ପାଇଖାନା ଟାଙ୍କି ଭିତରର ଫଳସ ଖୋଲିବାକୁ ଦୁଇ ଜଣ ଶ୍ରମିକ ଟାଙ୍କି ଭିତରକୁ ପଶିଥିଲେ। ସେମାନେ ସେଠାରେ ଅଣନିଶ୍ବାସୀ ହୋଇଯାଇଥିଲେ। ଖବରପାଇ ଖଡ଼ିଆଳ  ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୁଇ ଶ୍ରମିକଙ୍କୁ ଟାଙ୍କି ଭିତରୁ ଉଦ୍ଧାର କରି ଖଡ଼ିଆଳ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ଶ୍ରମିକଙ୍କୁ ମୃତ ଘୋଷଣା କରିଥିଲେ। ଖଡ଼ିଆଳ ପୋଲିସ ମୃତ ଦୁଇ ଶ୍ରମିକଙ୍କ ମୃତଦେହକୁ ଜବତ କରି ଘଟଣାର ତଦନ୍ତ ଜାରି ରଖିଛି।
ପ୍ରକାଶ ଯେ, ସମ୍ପୃକ୍ତ ଠିକାଦାର ଶ୍ରମିକଙ୍କ ସୁରକ୍ଷା ପ୍ରତି କୌଣସି ଧ୍ୟାନ ଦେଇ ନ ଥିବାରୁ ଦୁଇ ଜଣ ନିରୀହ ଶ୍ରମିକଙ୍କ ଅକାଳରେ ଜୀବନ ଚାଲି ଯାଇଛି। ଜିଲା ପ୍ରଶାସନ ମୃତ ଦୁଇ ଶ୍ରମିକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାକୁ ପରିବାର ପକ୍ଷରୁ ଦାବି କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri