ନାବାଳିକା ଅପହରଣକାରୀଙ୍କୁ ଦୁଇବର୍ଷ ଜେଲ୍ 

କେନ୍ଦୁଝର,୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି  ବିଜୟ କୁମାର ମିଶ୍ର  ସୋମବାର ଏକ  ୧୬ ବର୍ଷ ବୟସ୍କା ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ତେଲକୋଇ ଥାନା ଅନ୍ତର୍ଗତ ଭିମକାଣ୍ତ ଗ୍ରାମର ଅଭିଯୁକ୍ତ ଅଭିମନ୍ୟୁ ପାତ୍ର(୨୩)ଙ୍କୁ ଦୁଇବର୍ଷ ସଶ୍ରମକାରାଦଣ୍ତ ସହ ୧ହଜାର ଟଙ୍କା ଜରିମାନା ଏବଂ ଜରିମାନା ଅନାଦେୟ ଅଧିକ ୧ମାସ ସଶ୍ରମ କାରାଦଣ୍ତ ରାୟ ଶୁଣାଇଛନ୍ତି।
୨୦୨୨ ଜାନୁଆରୀ ୫ରେ ୧୬ବର୍ଷିୟା ନାବାଳିକା କଲେଜ ଯିବା ସମୟରେ ଅଭିମନ୍ୟୁ ତାଙ୍କୁ ଅପହରଣ କରି କଟକ ଜିଲା ଘଣ୍ଟିଖାଲ ଏକ ଭଡା ଘରେ ରଖିଥିଲେ। ପରିବାର ପକ୍ଷରୁ ଝିଅକୁ ବହୁ ଖୋଜାଖୋଜି ପରେ ତାଙ୍କର କୈାଣସି ସନ୍ଧାନ ନ ମିଳିବାରୁ ତେଲକୋଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୋଗ ପାଇବା ପରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରି ଘଣ୍ଟିଖାଲରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଆଜି କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବିଚାରପତି ୧୭ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଉପୋରକ୍ତ ଦଣ୍ତାଦେଶ ଶୁଣାଇଥିଲେ।ସରକାର ଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri