୨ ବର୍ଷ ପରେ ଏଥର ରଥଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୫ା୫: ଆସନ୍ତା ଜୁଲାଇ ୧ରେ ମହାପ୍ରଭୁଙ୍କ ରଥଯାତ୍ରା ହେବ। ଏନେଇ ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ବସିଥିଲା। ବୈଠକ ପରେ ପୁରୀ ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ୨ ବର୍ଷ ପରେ ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାରେ ଭକ୍ତମାନେ ସାମିଲ ହେବେ। କରୋନା ମହାମାରୀ ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହୋଇ ପାରୁ ନ ଥିଲେ। ତେବେ ଚଳିତବର୍ଷ ଭକ୍ତଙ୍କୁ ନେଇ ଅନୁଷ୍ଠିତ ହେବ ଘୋଷଯାତ୍ରା। ଏନେଇ ସମସ୍ତ ବ୍ୟବସ୍ଥା କରାଯିବ ବୋଲି ଜିଲାପାଳ କହିଛନ୍ତି। କରୋନା ପରିସ୍ଥିତି ଗମ୍ଭୀର ହେଲେ ବ୍ୟବସ୍ଥାରେ ପରିବର୍ତ୍ତନ କରାଯିବ। ସେଥିପାଇଁ ସମସ୍ତ ବିଭାଗ ନିଜ ଆକ୍ସନ ପ୍ଲାନ ପ୍ରଦାନ କରିଛନ୍ତି। ଆବଶ୍ୟକ ପଡ଼ିଲେ ୪/୫ ଦିନ ପରେ ପୁଣି ବୈଠକ ବସିପାରେ। କରୋନା ମହାମାରୀ ପାଇଁ ୨ ବର୍ଷ ହେଲା ଭକ୍ତମାନେ ରଥଯାତ୍ରାରେ ସାମିଲ ହୋଇପାରୁ ନ ଥିଲେ। କେବଳ ସେବାୟତମାନେ ରଥ ଟାଣୁଥିଲେ। ଚଳିତବର୍ଷ ଭକ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆକଳନ କରାଯାଇଛି। ସେଥିପାଇଁ ଭକ୍ତମାନେ କିପରି ସୁରୁଖୁରୁରେ ରଥଯାତ୍ରାରେ ସାମିଲ ହେବେ ସେନେଇ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବନ୍ଦୋବସ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?