ଦୁଇବର୍ଷ ପରେ ଶୁଭିଲା ‘ବୋଲବମ୍‌’

ଆରଡ଼ି, ୧୮।୭ (ଡି.ଏନ.ଏ.) – ଚଳିତବର୍ଷ ଶ୍ରାବଣ ମାସ ପ୍ରଥମ ସୋମବାର କାଉଡ଼ିଆମାନେ ଆରଡ଼ି ଆଖଣ୍ଡଳମଣି ପୀଠରେ ଜଳଲାଗି କରିବେ। କୋଭିଡ୍‌ କଟକଣା ହଟିବାରୁ ଦୁଇବର୍ଷ ପରେ ସେମାନେ ଆରଡ଼ିରେ ଶ୍ରାବଣୀ ମହାଦେବଙ୍କୁ ଜଳଲାଗି କରିବାର ସୁଯୋଗ ପାଇବେ।
ଏଥିପାଇଁ ରବିବାର ପ୍ରଭାତରୁ କାଉଡିଆମାନେ ବୈତରଣୀ, ସାଳନ୍ଦୀ, ବ୍ରାହ୍ମଣୀ, ଖରସ୍ରୋତା ଆଦି ନଦୀରୁ ପୂଜାର୍ଚ୍ଚନା କରି ଜଳଭାର ନେଇ ଆରଡ଼ିକୁ ଆସୁଛନ୍ତି। ଯାଜପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନରୁ କାଉଡ଼ିଆମାନେ ଉତ୍ସାହିତ ଅଛନ୍ତି। ଦୁଇବର୍ଷ ପରେ ସେମାନଙ୍କ ବୋଲବମ୍‌ ଧ୍ୱନି ଶୁଣିବାକୁ ମିଳିଛି।
କାଉଡ଼ିଆମାନେ ଯେପରି ଅସୁବିଧାରେ ନ ପଡ଼ନ୍ତି ସେଥିଲାଗି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଥିବା ମନ୍ଦିର ପରିଚାଳକ କହିଛନ୍ତି। ସେହିଭଳି ବେତାଳିଗାଁ, ମଠଡିହ, ପହଣା ବସ୍‌ଷ୍ଟାଣ୍ଡ ଆଦି ସ୍ଥାନରେ ବ୍ୟାପକ ପୋଲିସ ନିୟୋଜିତ ହୋଇଛନ୍ତି। ପୀଠ ଓ ଏହା ଆଖପାଖ ଅଞ୍ଚଳରେ ୨୪ ଘଣ୍ଟା ବିଦ୍ୟୁତ୍‌ ସେବା ଯୋଗାଣ, ପ୍ରକଳ୍ପ ଜଳ ଯୋଗାଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୋଠାର, ବେତାଳିଗଁା ଆଦି ସ୍ଥାନରେ କାଉଡ଼ିଆମାନଙ୍କ ଲାଗି ଖାଦ୍ୟ ଓ ପାନୀୟ ଜଳ ଯୋଗାଇବା ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ମଠଡିହ ବଜାରରେ ଭଦ୍ରକ ବସ୍‌ ସିଣ୍ଡିକେଟ ପକ୍ଷରୁ ମଧ୍ୟ ସମସ୍ତ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ପ୍ରଥମ ସୋମବାର ପ୍ରାୟ ୨୦ ହଜାରରୁ ଅଧିକ କାଉଡ଼ିଆ ଭକ୍ତ ଜଳଲାଗି କରିବେ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri