ଗଛରେ ପିଟିହେଲା କାର୍‌: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ଜିଲା କୁର୍ଲୁ ଘାଟିରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ କାରରେ ଥିବା ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ଦିଗିସଲପା ଗ୍ରାମର ରିତିକ ବିଷୋୟୀ ଏବଂ ଉଦୟପୁରର ରାଜା ଟାକିରି ବୋଲି ଜଣାପଡିଛି। ୨ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନେ ହେଲେ ତେନ୍ତୁଳିଖୁଣ୍ଡି ବ୍ଲକ ଅଧୀନ ଖାତିଗୁଡ଼ା(ଇନ୍ଦ୍ରାବତୀ) ଅଞ୍ଚଳର ସୌମ୍ୟରଞ୍ଜନ ନାୟକ ଓ ଶ୍ରୀପତି କର୍କରା ବୋଲି ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ୪ ଜଣ ସାଙ୍ଗ ଏକ କାର ଯୋଗେ ଦିଗିସଲପାରୁ ଦୋଳ ଯାତ୍ରା ଦେଖିବାକୁ ଯାଇଥିଲେ। ଶୁକ୍ରବାର ସକାଳେ ସେମାନେ ନବରଙ୍ଗପୁର ଫେରୁଥିଲେ। ହେଲେ କୁର୍ଲୁ ଘାଟି ନିକଟରେ କାରଟି ଭାରସାମ୍ୟ ହରାଇ ଏକ ଆମ୍ବ ଗଛରେ ପଟି ହୋଇଯାଇଥିଲା। ଫଳରେ କାରରେ ଥିବା ୪ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ପୋଲିସ ଏବଂ ଅଗ୍ନିଶମ ବିଭାଗ କର୍ମଚାରୀ ଆହତମାନଙ୍କୁ ଉଦ୍ଧାର କରି ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ରିତିକ ଓ ରାଜାଙ୍କୁ ମୃତ ଘୋଷଣା କରିଥିଲେ। ସୌମ୍ୟରଞ୍ଜନ ଓ ଶ୍ରୀପତି ଚିକିତ୍ସାଧୀନ ଅଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri