ହାତୀ ହାବୁଡ଼ରେ ପଡ଼ିଗଲେ ୨ ଯୁବକ

ବୁଗୁଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ହାତୀ ଆକ୍ରମଣରେ ୨ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ବୁଗୁଡ଼ା ଥାନା ଅଧୀନ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ ପ୍ରଧାନ।

ମିଳିଥିବା ସୂଚନା ମୁତାବକ, ସୁଶାନ୍ତ ଓ ମନୋଜ ଶୁଳିଆପଲ୍ଲୀକୁ ଗୁରୁବାର କାମ କରିବାକୁ ଯାଇଥିଲେ। ରାତି ୧୦ଟାରେ ଏକ ବାଇକ୍‌ ଯୋଗେ ଦୁହେଁ ଗାଁକୁ ଫେରୁଥିଲେ। ସେତିକିବେଳେ ଶୁଳିଆପଲ୍ଲୀ ନିକଟରେ ରାସ୍ତା ଉପରେ ଏକ ହାତୀ ଛିଡ଼ା ହୋଇଥିବା ଦେଖି ଅଟକି ରହିଥିଲେ। ହେଲେ ପଛ ପଟୁ ଅନ୍ୟ ଏକ ହାତୀପଲ ଆସିଥିଲା। ଏଥିରୁ ଏକ ହାତୀ ହଠାତ୍‌ ବାଇକ୍‌ ସହ ୨ ଜଣଙ୍କୁ କଚାଡି ଦେଇଥିଲା। ଫଳରେ ସେମାନେ ଗୁରୁତର ଆହତ ହୋଇଥିଲେ। ଖବର ପାଇ ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ସଦଳବଳ ପହଞ୍ଚି ଆହତ ଦ୍ୱୟଙ୍କୁ ଉଦ୍ଧାର କରି ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସୁଶାନ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପାଇଁ ବନ ବିଭାଗ ୫ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri