ଛେଳି ଚୋରି କରିବାକୁ ଯାଇ ହଣା ଖାଇଲେ ୨ ଯୁବକ

ଶେରଗଡ଼,୨୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଷୋଳସଲା ଗ୍ରାମର ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇ ହଣା ଖାଇଛନ୍ତି ଦୁଇ ଯୁବକ। ଉକ୍ତ ଯୁବକ ଦ୍ୱୟ ହେଲେ ଧବଳପୁର ଗ୍ରାମର ପବିତ୍ର ପ୍ରଧାନ, ଅଜୟ ବିଷୋୟୀ। ଏହି ଦୁଇଜଣ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଯୁବକଙ୍କୁ ଧରି ଷୋଳସଲା ଗ୍ରାମ ଶେଷରେ ଥିବା ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇଥିଲେ। ଗୋଟିଏ ଛେଳିକୁ ମାରି ନେଉଥିବା ସମୟରେ ପୂର୍ବରୁ ଜଗି ବସିଥିବା ମାଲିକମାନେ ପବିତ୍ର ଓ ଅଜୟଙ୍କୁ ଅତର୍କିତ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ସହିତ ଚୋରି କରିବାକୁ ଆସିଥିବା ଅନ୍ୟ ଯୁବକମାନେ ପ୍ରାଣଭୟରେ ଫେରାର ହୋଇ ଯାଇଥିଲେ। ଫଳରେ ଛେଳି ମାଲିକମାନେ ପବିତ୍ର ଏବଂ ଅଜୟଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର ଅବସ୍ଥାରେ ଛାଡ଼ି ଗ୍ରାମକୁ ପଳାଇଥିଲେ। ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାରୁ ଶେରଗଡ଼ ଏଏସ୍‌ଆଇ ବିଷ୍ଣୁ ପ୍ରସାଦ ଦାସ ଷୋଳସଲାରେ ପହଞ୍ଚି ତଦନ୍ତ ଚଳାଇବା ସହ ପବିତ୍ର, ଅଜୟଙ୍କୁ ପ୍ରଥମେ ଶେରଗଡ଼ ଡାକ୍ତରଖାନା ପରେ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଉଭୟଙ୍କ ମୁଣ୍ଡ, ହାତ, ଗୋଡ଼ରେ ଖଣ୍ଡା ଏବଂ କଟୁରିରେ ଆକ୍ରମଣ କରାଯାଇଛି। ଖବର ଲେଖାହେଲା ବେଳକୁ କୌଣସି ଏତଲା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri