ଛେଳି ଚୋରି କରିବାକୁ ଯାଇ ହଣା ଖାଇଲେ ୨ ଯୁବକ

ଶେରଗଡ଼,୨୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଷୋଳସଲା ଗ୍ରାମର ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇ ହଣା ଖାଇଛନ୍ତି ଦୁଇ ଯୁବକ। ଉକ୍ତ ଯୁବକ ଦ୍ୱୟ ହେଲେ ଧବଳପୁର ଗ୍ରାମର ପବିତ୍ର ପ୍ରଧାନ, ଅଜୟ ବିଷୋୟୀ। ଏହି ଦୁଇଜଣ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଯୁବକଙ୍କୁ ଧରି ଷୋଳସଲା ଗ୍ରାମ ଶେଷରେ ଥିବା ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇଥିଲେ। ଗୋଟିଏ ଛେଳିକୁ ମାରି ନେଉଥିବା ସମୟରେ ପୂର୍ବରୁ ଜଗି ବସିଥିବା ମାଲିକମାନେ ପବିତ୍ର ଓ ଅଜୟଙ୍କୁ ଅତର୍କିତ ଖଣ୍ଡାରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ସହିତ ଚୋରି କରିବାକୁ ଆସିଥିବା ଅନ୍ୟ ଯୁବକମାନେ ପ୍ରାଣଭୟରେ ଫେରାର ହୋଇ ଯାଇଥିଲେ। ଫଳରେ ଛେଳି ମାଲିକମାନେ ପବିତ୍ର ଏବଂ ଅଜୟଙ୍କୁ ମରଣାନ୍ତକ ଆକ୍ରମଣ କରି ଗୁରୁତର ଅବସ୍ଥାରେ ଛାଡ଼ି ଗ୍ରାମକୁ ପଳାଇଥିଲେ। ପରେ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେବାରୁ ଶେରଗଡ଼ ଏଏସ୍‌ଆଇ ବିଷ୍ଣୁ ପ୍ରସାଦ ଦାସ ଷୋଳସଲାରେ ପହଞ୍ଚି ତଦନ୍ତ ଚଳାଇବା ସହ ପବିତ୍ର, ଅଜୟଙ୍କୁ ପ୍ରଥମେ ଶେରଗଡ଼ ଡାକ୍ତରଖାନା ପରେ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଉଭୟଙ୍କ ମୁଣ୍ଡ, ହାତ, ଗୋଡ଼ରେ ଖଣ୍ଡା ଏବଂ କଟୁରିରେ ଆକ୍ରମଣ କରାଯାଇଛି। ଖବର ଲେଖାହେଲା ବେଳକୁ କୌଣସି ଏତଲା ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri