ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ ହୋଇଥିବାବେଳେ ଅନ୍ୟ ଜଣେ ଜୀବନ ସହ ସଂଗ୍ରାମ କରୁଛନ୍ତି। ମୃତକ ଜଣଙ୍କ ହେଲେ ଡୁମେରପଦର ଗ୍ରାମର କେଶବ ମାଝୀ (୨୨) ଏବଂ ଗୁରୁତର ଆହତ ଜଣକ ହେଲେ ବଡ଼ଦେରଲା ଗ୍ରାମର ବିନୋଦ ଗୌଡ଼ (୨୦)। ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬:୩୦ ସମୟରେ କେଶବ ଓ ବିନୋଦ ଏକ କେଟିଏମ ଡ୍ୟୁକ ବାଇକ (OD-08-AA-2946) ଯୋଗେ ଥୁଆମୂଳ ରାମପୁରରୁ ନିଜ ଗ୍ରାମକୁ ଫେରୁଥିଲେ। କାଠକୁରା-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତାର ସାହୁ ଜଙ୍ଗଲ ନିକଟସ୍ଥ ଏକ ପୋଲ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣାସ୍ଥଳରେ ହିଁ କେଶବଙ୍କ ମୃତ୍ୟୁ ଘଟିଥିବାବେଳେ ବିନୋଦ ଗୁରୁତର ହୋଇଥିଲେ। ସମୟ ମତେ ଆମ୍ବୁଲାନ୍ସ ନ ମିଳିବାରୁ ଶେଷରେ ଅଗ୍ନିଶମବାହିନୀ ଗାଡ଼ି ଯୋଗେ ଉଭୟଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ବିନୋଦଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସେଠାକୁ ଯିବା ପାଇଁ ମଧ୍ୟ ସରକାରୀ ଆମ୍ବୁଲାନ୍ସ ନ ମିଳିବାରୁ ପରିବାର ଲୋକେ ଘରୋଇ ଗାଡ଼ି ଭଡ଼ା କରି ନେଇଥିବା ଜଣାପଡ଼ିଛି। ଏହି ଦୁଃଖଦ ଘଟଣା ପରେ ଅଞ୍ଚଳବାସୀ ସୁରକ୍ଷା ପାଇଁ ଚିନ୍ତା ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ, “ବ୍ଲକରେ ଦିନକୁ ଦିନ ଦୁର୍ଘଟଣା ବଢ଼ିବା ସହ ଅନେକ ମୂଲ୍ୟବାନ ଜୀବନ ଯାଉଛି। ତେଣୁ ସମସ୍ତ ଜନସାଧାରଣ ବିଶେଷ କରି ଯୁବପିଢ଼ି ଗାଡ଼ି ଚଳାଇବାବେଳେ ନିଶ୍ଚିତ ଭାବେ ହେଲମେଟ ପରିଧାନ କରନ୍ତୁ ଏବଂ ଦ୍ରୁତ ଗତିରୁ ନିବୃତ୍ତ ରୁହନ୍ତୁ।” ଥୁଆମୂଳ ରାମପୁର ଥାନାରେ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri