ରାସ୍ତା ଉପରେ ୨ ଯୁବତୀଙ୍କୁ ଛୁରାମାଡ଼

ବୋଡେନ,୫।୧୧(ଡି.ଏନ.ଏ.): ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ସ୍ଥାନୀୟ ଇମ୍ପେରିଆଲ ଇଂଲିଶ ମିଡିୟମ ସ୍କୁଲ ନିକଟରେ ୨ ଯୁବତୀଙ୍କୁ ଛୁରାମାଡ଼ ହୋଇଛି। ଏଥିରେ ବୋଡେ୍‌ନ ଥାନା ଅଧୀନ ଚିକଲଚୁଆଁ ଗାଁର ଚନ୍ଦ୍ରିକା ମାଝି (୨୪) ଓ ତାଙ୍କ ସାଙ୍ଗ ପ୍ରେମଲତା ଜଗତି(୨୨) ଗୁରୁତର ହୋଇଛନ୍ତି। ଉଭୟଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କେଉଁ କାରଣରୁ ଏପରି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ବୋଡେନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଲଳିତ ନାଏକଙ୍କୁ ପୋଲିସ ଅଟକ ରଖିଛି।
ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦ୍ରିକା ଓ ପ୍ରେମଲତା ଦିନ ପ୍ରାୟ ୧୦ଟା ସମୟରେ ସାଇକେଲରେ ବୋଡେନ ଗାଁ ପାଖରେ ଥିବା ଦୋକାନକୁ ଡ୍ରେସ କିଣିବାକୁ ଯାଇଥିଲେ। ଡ୍ରେସ କିଣି ସାରିବା ପରେ ଦୁହେଁ ସ୍ଥାନୀୟ ଏକ ଦୋକାନକୁ ଫ୍ୟାନ୍ସି ସାମଗ୍ରୀ କିଣିବାକୁ ଯାଇଥିଲେ। ଏହି ସମୟରେ ବୋଲରଗାଁ ଗ୍ରାମର ଲଳିତ ନାଏକ ସେମାନଙ୍କ ପାଖକୁ ଆସି ଚନ୍ଦ୍ରିକାଙ୍କୁ ୨ଶହ ଟଙ୍କା ମାଗିଥିଲେ। ଏହାକୁ ଚନ୍ଦ୍ରିକା ଓ ପ୍ରେମଲତା ବିରୋଧ କରିଥିଲେ। ହେଲେ ଲଳିତ ସେମାନଙ୍କୁ ଗାଳିଗୁଲଜ କରିବା ସହ ଟଙ୍କା ନ ଦେଲେ ଦୁହିଁଙ୍କୁ ଜୀବନରୁ ମାରିଦେବି ବୋଲି ଧମକ ଦେଇଥିଲେ। ଏଥିରେ ଭୟଭୀତ ହୋଇ ଚନ୍ଦ୍ରିକା ତାଙ୍କୁ ୨ଶହ ଟଙ୍କା ଦେଇ ସେଠାରୁ ପଳାଇ ଆସିଥିଲେ। ଏହାର କିଛି ସମୟ ପରେ ଚନ୍ଦ୍ରିକା ଓ ପ୍ରେମଲତା ସାଇକେଲରେ ଘରକୁ ଫେରୁଥିବା ବେଳେ ଲଳିତ ଏକ ବାଇକ୍‌ରେ ଆସି ରାସ୍ତା ମଝିରେ ଉଭୟଙ୍କୁ ଅଟକାଇଥିଲେ। ଏହାପରେ ସେ ଚନ୍ଦ୍ରିକାଙ୍କୁ ଲକ୍ଷ୍ୟ କରି ଗାଳିଗୁଲଜ କରିବା ସହ ତାଙ୍କୁ ଅସଦାଚରଣ କରିବାକୁ ଉଦ୍ୟମ କରିଥିଲେ। ପ୍ରେମଲତା ଏହାର ପ୍ରତିବାଦ କରିବାରୁ ଲଳିତ ପାଖରେ ରଖିଥିବା ଏକ ଛୁରି ବାହାର କରି ଉଭୟଙ୍କୁ ଆକ୍ରମଣ କରିଥିଲେ।
ଚନ୍ଦ୍ରିକାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୧୫୦/୨୦) ରୁଜୁ କରିବା ସହ ତନଘନା ଚଳାଇଛି। କେଉଁ କାରଣକୁ ନେଇ ଲଳିତ ଉଭୟ ଯୁବତୀଙ୍କୁ ଆକ୍ରମଣ କଲେ ତା’ର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ମେଟ୍ରୋରେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦି, ପିଲାମାନଙ୍କ ସହିତ ଆଲୋଚନା ସମୟରେ ତାଙ୍କ ସଂସଦୀୟ କ୍ଷେତ୍ର କାଶୀକୁ ମନେ ପକାଇଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମେଟ୍ରୋରେ ଯାତ୍ରା କରୁଥିବା ଯାତ୍ରୀମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ, ଶନିବାର (ସେପ୍ଟେମ୍ବର 5, 2026) ସାରେ, ସେମାନଙ୍କ ସହିତ ଯାତ୍ରା କରୁଥିବା ଦେଖି ଖୁସିରେ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri