କଟକରେ ଚାଞ୍ଚଲ୍ୟ: ଅଟୋ ଚାଳକଙ୍କ ତଣ୍ଟି କାଟିଦେଲେ ଦୁଇ ଯୁବକ

କଟକ,୫ା୧୦(କାର୍ତ୍ତିକ ସାହୁ): କଟକ ମଧୁପାଟଣା ଥାନା ଲିଙ୍କରୋଡ୍‌ ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କ ତଣ୍ଟି କାଟିଦେଇ ଦୁଇ ଜଣ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଅଟୋ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୋଲିସ ଏସ୍‌ସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଛି। ଆହତ ଅଟୋ ଚାଳକ ଜଣକ ୪୨ ମୌଜା ଆବୁ ରସିର ଖାନ୍‌ ବୋଲି ଜଣାଯାଇଛି।

ମଳିଥିବା ସୂଚନା, ମୁତାବକ, ରବିବାର ଅପରାହ୍ନରେ ପ୍ରବଳ ବର୍ଷା ହେଉଥିବା ବେଳେ ଅଟୋ ଚାଳକ ଜଣକ ଲିଙ୍କ ରୋଡ୍‌ ଓଭରବ୍ରିଜ ତଳେ ଅଟକି ରହିଥିଲେ। ସେହି ସମୟରେ ଦୁଇ ଜଣ ଯୁବକ ବାଇକରେ ଆସି ସେଠାରେ ଅଟକିଲେ। ଯୁବକଦ୍ୱୟ ଅଟୋ ଚାଳକଙ୍କୁ ଆଗକୁ ଯାଅ ବୋଲି କହିଥିଲେ। ଯୁବକଙ୍କ ଏପରି କଥାରେ ଅଟୋ ଚାଳକ ଆଗକୁ ଯିବାକୁ ମନା କରିଥିଲେ। ଉଭୟ ପକ୍ଷ ମଧ୍ୟରେ କଥା କଟାକଟି ହୋଇଥିଲା।

ଯୁବକଦ୍ୱୟ ଅଟୋ ଚାଳକଙ୍କୁ ଠେଲି ଦେବାରୁ ସେ ତଳେ ପଡ଼ିଯାଇଥିଲେ। ପରେ ଅଟୋ ଚାଳକ ତଣ୍ଟି କଟି ଯାଇଥିବା ଜାଣିବାକୁ ପାଇଥିଲେ। ଖବର ପାଇବା ପରେ ପୋଲିସ ପିସିଆର୍‌ ଭ୍ୟାନ୍‌ ଘଟଣାସ୍ଥଳରୁ ଅଟୋ ଚାଳକଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡିକାଲ ପଠାଇଛି। ତେବେ ପୋଲିସ ବିଭିନ୍ନ ସିସିଟିଭି କ୍ୟାମେରାକୁ ଯାଞ୍ଚ କରୁଛି। ଯୁବକ ଦ୍ୱୟଙ୍କ କୌଣସି ପତ୍ତା କିମ୍ବା ପରିଚୟ ମିଳିନାହିଁ। ଘଟଣାକୁ ନେଇ ପୋଲିସ ତଦନ୍ତ କରୁଥିବା ଆଇଆଇସି ଚିତ୍ତରଞ୍ଜନ ରାଉତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri