ଘରକୁ ଫେରିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ୨ ଯୁବକଙ୍କ ଜୀବନ

ଦେବଗଡ଼,୬ା୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ପ୍ରଭାସୁଣୀସ୍ଥିତ କ୍ରସର ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ବାଇକ୍‌କୁ ଅଜଣା ଗାଡ଼ି ଧକ୍କା ଦେବାରୁ ଦୁଇ ବାଇକଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଯୁବକ ବାରକୋଟ ଥାନା ଅନ୍ତର୍ଗତ ମାଦଳିଆ ଗ୍ରାମର ସୁଶାନ୍ତ ମହାକୁଳ (୩୨) ଏବଂ ବିଜାଡିହ ଗ୍ରାମର ସଞ୍ଜୟ ନାୟକ (୩୩) ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ ସୁଶାନ୍ତ ଏବଂ ସଞ୍ଜୟ ଏକ ବାଇକ୍‌(ଓଡି-୩୫-ବି-୭୯୭୪)ରେ କୁଚିଣ୍ଡାରୁ ନିଜ ଘରକୁ ଫେରୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି। ଏକ ଅଜଣା ଗାଡ଼ି ବାଇକ୍‌କୁ ଧକ୍କା ଦେବାରୁ ଦୁଇ ଯୁବକ ରାସ୍ତାରେ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇ ଘଟଣାସ୍ଥଳରୁ ଦୁଇ ଗୁରୁତରଙ୍କୁ ଉଦ୍ଧାର କରି ଦେବଗଡ଼ ପୋଲିସ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ମାତ୍ର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଦେବଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି। ଶୁକ୍ରବାର ସକାଳୁ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri