କୋଏଲ ନଦୀରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ସେକ୍ଟର-୧୭ ବି ବ୍ଲକ ଘର ନଂ-୧୭୭ର ପ୍ରଦୀପ ତରାଇ(୧୯) ଏବଂ ସେକ୍ଟର ୮ ସି ବ୍ଲକ ଶନିମନ୍ଦିର ନିକଟରେ ରହୁଥିବା ଆଶୀର୍ବାଦ ବାରିକ(୧୯)।

ସୂଚନା ଅନୁସାରେ, ପ୍ରଦୀପ ଓ ଆଶୀର୍ବାଦ ରାଉରକେଲାରେ ଡିଜେ ଡେକୋରେଶନ କାମ କରନ୍ତି। ରବିବାର ଅପରାହ୍ନ ୩ଟାରେ ଉଭୟ ଅନ୍ୟ ୨ଜଣ ସାଙ୍ଗଙ୍କ ସହ କୋଏଲ ନଦୀର କାରକାଟା ଘାଟକୁ ଗାଧୋଇବା ପାଇଁ ଯାଇଥିଲେ। ସେମାନେ ନଦୀରେ ଗାଧୋଉଥିବାବେଳେ ଗୋଡ ଖସିଯିବାରୁ ପ୍ରଦୀପ ଓ ଆଶୀର୍ବାଦ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ସେମାନଙ୍କୁ ଉଦ୍ଧାର କରିବାକୁ ଆସିଥିଲେ ଏବଂ ପ୍ରଥମେ ଆର୍ଶବାଦଙ୍କୁ ଉଦ୍ଧାର କରିଥିଲେ। ବହୁ ଖୋଜାଖୋଜି କରିବା ପରେ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ପ୍ରଦୀପଙ୍କୁ ଉଦ୍ଧାର କରାଯାଇଥିଲା।

ଖବର ପାଇ ପୋଲିସ, ବିଶ୍ରା ଓ ନୂଆଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିଲେ। ଉଭୟ ମୃତକ ରାଉରକେଲା ସରକାରୀ କଲେଜର ପ୍ରାକ୍ତନ ଛାତ୍ର ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri