କୋଏଲ ନଦୀରେ ବୁଡ଼ି ଚାଲିଗଲା ୨ ଯୁବକଙ୍କ ଜୀବନ

ରାଉରକେଲା,୩୦।୩(ସଙ୍ଗୀତା ଜେନା):ରାଉରକେଲା ବିଶ୍ରା ଥାନା ଅଧୀନ କୋଏଲ ନଦୀ କାରକାଟା ଘାଟରେ ରବିବାର ଗାଧୋଇବା ବେଳେ ବୁଡିଯିବାରୁ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ହେଲେ ସେକ୍ଟର-୧୭ ବି ବ୍ଲକ ଘର ନଂ-୧୭୭ର ପ୍ରଦୀପ ତରାଇ(୧୯) ଏବଂ ସେକ୍ଟର ୮ ସି ବ୍ଲକ ଶନିମନ୍ଦିର ନିକଟରେ ରହୁଥିବା ଆଶୀର୍ବାଦ ବାରିକ(୧୯)।

ସୂଚନା ଅନୁସାରେ, ପ୍ରଦୀପ ଓ ଆଶୀର୍ବାଦ ରାଉରକେଲାରେ ଡିଜେ ଡେକୋରେଶନ କାମ କରନ୍ତି। ରବିବାର ଅପରାହ୍ନ ୩ଟାରେ ଉଭୟ ଅନ୍ୟ ୨ଜଣ ସାଙ୍ଗଙ୍କ ସହ କୋଏଲ ନଦୀର କାରକାଟା ଘାଟକୁ ଗାଧୋଇବା ପାଇଁ ଯାଇଥିଲେ। ସେମାନେ ନଦୀରେ ଗାଧୋଉଥିବାବେଳେ ଗୋଡ ଖସିଯିବାରୁ ପ୍ରଦୀପ ଓ ଆଶୀର୍ବାଦ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ତୁରନ୍ତ ସେମାନଙ୍କୁ ଉଦ୍ଧାର କରିବାକୁ ଆସିଥିଲେ ଏବଂ ପ୍ରଥମେ ଆର୍ଶବାଦଙ୍କୁ ଉଦ୍ଧାର କରିଥିଲେ। ବହୁ ଖୋଜାଖୋଜି କରିବା ପରେ ଅପରାହ୍ନ ପ୍ରାୟ ସାଢ଼େ ୫ଟାରେ ପ୍ରଦୀପଙ୍କୁ ଉଦ୍ଧାର କରାଯାଇଥିଲା।

ଖବର ପାଇ ପୋଲିସ, ବିଶ୍ରା ଓ ନୂଆଗାଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିଲେ। ଉଭୟ ମୃତକ ରାଉରକେଲା ସରକାରୀ କଲେଜର ପ୍ରାକ୍ତନ ଛାତ୍ର ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?