ବାଣ ଚୋରି ଘଟଣାରେ ଦୁଇ ଯୁବକଙ୍କୁ କୋର୍ଟ ଚାଲାଣ

ଗୋପାଳପୁର,୧୭।୧୧(ନବୀନ ରାଜ ଆଚାରୀ) ବାଣ ଚୋରି କରିବା ଅଭିଯୋଗରେ ଶୁକ୍ରବାର ଗୋଳନ୍ଥରା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ବି ନୂଆଗାଁ ଗ୍ରାମର ଭିକାରି ଦାସ(୨୦), ପ୍ରଦୀପ ଦାସ (୨୧)ବୋଲି ଜଣାପଡିଛି ।
ସୂଚନା ଅନୁସାରେ, ଏହି ଥାନା ଅଧିନସ୍ଥ କନିସି ହାଟ ଗ୍ରାମ ଚିରଞ୍ଜିବି ଦଳେଇ ବାଣକୁ ଏକ ଘରେ ରଖିଥିଲେ । ଗତ ୯ ତାରିଖ ରାତିରେ ଚାରି ଜଣ ଦୁର୍ବୃତ୍ତ ଚାବି ତାଡି ବାଣ ଚୋରି କରି ଚମ୍ପଟ ମାରିଥିଲେ । ପରଦିନ ଚିରଞ୍ଜିବି ୪୦ହାଜର ଟଙ୍କାର ବାଣ ଚୋରି ହୋଇଥିବା ନେଇ ଜାଣିବାକୁ ପାଇଥିଲେ । ଏ ନେଇ ଗୁରୁବାର ଦିନ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଥାନା କେଶ ନ ୫୮୭/୨୩ ପ୍ରକାରେ ପୋଲିସ ମାମଲା ରୁଜୁ କରି ତଦନ୍ତ କରି ଅଭିଯୁକ୍ତ ମାନଙ୍କୁ ଚିହ୍ନଟ କରିଛି । ଶୁକ୍ରବାର ଏକ ପୋଲିସ ଟିମ ବି ନୂଆଗାଁ ଗ୍ରାମରେ ଚଢାଉ କରି ଭିକାରି ଓ ପ୍ରଦୀପକୁ କାବୁ କରିଛି । ଉଭୟଙ୍କୁ ଥାନାରେ ଅଟକ ରଖି ପଚାର ଉଚରା କରିବା ସମୟରେ ସେମାନେ ଏକ ବୁଦା ନିକଟରେ ଚୋରି ବାଣକୁ ଲୁଚେଇ ରଖିଥିବା କହିଛନ୍ତି । ସେଠାକୁ ଯାଇ ପୋଲିସ ବାଣ ଜବତ କରିଛି । ଭିକାରି ଓ ପ୍ରଦୀପକୁ ସାରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲୁରୁ ଗ୍ରାମରେ ପଡ଼ିନାହିଁ ବିକାଶର ପାଦଚିହ୍ନ

ପାରଳାଖେମୁଣ୍ଡି,୨୯ା୪ (ଗିରିଧାରୀ ପରିଛା): ସରକାର ଯୋଜନା ଉପରେ ଯୋଜନା କରୁଛନ୍ତି। ହେଲେ ଅନେକ ଯୋଜନା ବହୁ ଜାଗାରେ ପହଞ୍ଚି ପାରୁନାହିଁ। ଦୀର୍ଘ ବର୍ଷର ସ୍ଥାୟୀ ସରକାର...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri