ସ୍ବାମୀଙ୍କୁ  ଘଛରେ ବାନ୍ଧି, ଆଖି ଆଗରେ ସ୍ତ୍ରୀଙ୍କୁ କଲେ…

କୋରାପୁଟ/ନନ୍ଦପୁର,୫।୧୧(ଅମିତାଭ ବେହେରା): ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ। ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ତ୍ରୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ କୁମ୍ଭାରଗଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ରାସ୍ତାରେ । ମୃତା ମହିଳା ହେଲେ ସାବିତ୍ରୀ ଖରା।
ସୂଚନାଯୋଗ୍ୟ, ସ୍ବାମୀ ମହେନ୍ଦ୍ର ଖରା ଓ ସାବୀତ୍ରୀ  ସୋମବାର କୌଣସି ଆଧାର କାମରେ ନନ୍ଦପୁର ବ୍ଲକ ଯାଇଥିଲେ।୍‌ ସେଠାରେ କାମ ସାରି ଉଭୟ ବାଇକ ଯୋଗେ ଫେରୁଥିଥିବା ବେଳେ  ହଣ୍ଡାଲତୋଟା ନିକଟରେ ରାସ୍ତାରେ ୪ ଦୁର୍ବୃତ୍ତ ଉଭୟଙ୍କୁ  ଅଟକାଇଥିଲେ। ପରେ ହଠାତ୍‌  ମହେନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ପ୍ରବଳ ମାଡ଼ ମାରି ମହେନ୍ଦ୍ରଙ୍କୁ ଗଛରେ ବାନ୍ଧି ଦେଇଥିଲେ। ମହେନ୍ଦ୍ର ନିସ୍ତେଜ ଅବସ୍ଥାରେ ଝୁଲି ରହିଥିବା ବେଳେ ପରେ ସାବିତ୍ରୀଙ୍କୁ ମାଡ଼ ମାରିଥିଲେ। ଏପରିକି ସାବିତ୍ରୀଙ୍କୁ ସେମାନେ ଅସଦାଚରଣ କରିଥିବା ମଧ୍ୟ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଦୁର୍ବୃତ୍ତଙ୍କ ମାଡ଼ରେ ସାବିତ୍ରୀଙ୍କ ସେଠାରେ ମତ୍ୟୁ ଘଟିଥିଲା। ପରେ ସେମାନଙ୍କ ଟଙ୍କା ସୁନା, ରୁପା ନେଇ ଫେରାର ହୋଇଯାଇଥିଲେ।
ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲା । ସଂଜ୍ଞାହୀନ ଅବସ୍ଥାରେ ଥିବା ମହେନ୍ଦ୍ରଙ୍କୁ ତୁରନ୍ତ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସା ପରେ ମହେନ୍ଦ୍ରଙ୍କ ଚେତା ଫେରିଥିଲା। ପରେ ସେ ସମ୍ପୂର୍ଣ୍ଣ ଘଟଣା ସମ୍ପର୍କରେ କହିଥିଲେ ।
ଅନ୍ୟପକ୍ଷେ ଘଟଣାସ୍ଥଳରୁ ମୃତଦେହ ଜବତ ହୋଇଛି। ତେବେ ଅସଦାଚରଣ ସମ୍ପର୍କରେ ପୋଲିସ  ସ୍ପଷ୍ଟ କରିନାହିଁ। ତଦନ୍ତ ପରେ ଏ ସମ୍ପର୍କରେ ସ୍ପଷ୍ଟ ହେବ। ମଙ୍ଗଳବାର  ସାବିତ୍ରୀଙ୍କ  ମୃତଦେହ ବ୍ୟବଚ୍ଛେଦ କରାଯିବ। ପୋଲିସ  ଦୁର୍ବୃତ୍ତମାନଙ୍କୁ ଧରିବା ପାଇଁ ତଦନ୍ତ ଚଳାଇଛି। ଏ ନେଇ  ସୂଚନା ଦେଇଛନ୍ତି ନନ୍ଦପୁର ଥାନା ଆଇଆଇସି ପାଣ୍ଡବ ଶବର ଏବଂ ସହକାରୀ ଥାନା ଅଧିକାରୀ ମମତା ପଣ୍ଡା। ଦୁର୍ବୃତ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଲାଗି ଦାବି ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri