ପୂର୍ବ ଚାଇନାରେ ଘୂର୍ଣ୍ଣିବଳୟ ତାଣ୍ଡବ, ୫ ମୃତ, ୧୩୭ ଘର ଧ୍ୱଂସ…

ବେଜିଂ,୨୦।୯ : ପୂର୍ବ ଚାଇନାରେ ହୋଇଥିବା ଘୂର୍ଣ୍ଣିବଳୟରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଥିଲେ। ଏହି ଘଟଣା ସମ୍ପର୍କରେ ବୁଧବାର ସରକାରୀ ଗଣମାଧ୍ୟମ ପକ୍ଷରୁ ସୂଚନା ଦିଆଯାଇଛି।
ଏହି ଘୂର୍ଣ୍ଣିବଳୟ ଜିଆଙ୍ଗସୁ ପ୍ରଦେଶର ସୁକିଆନ ସହରର କିଛି ଅଂଶରେ ପ୍ରାୟ ଅପରାହ୍ନ ୫ଟା ୨୦ ସମୟରେ ଘଟିଥିଲା।

ଏହି ଘୂର୍ଣ୍ଣିବଳୟ ଯୋଗୁଁ ୧୩୭ ଘର ନଷ୍ଟ ହୋଇଯାଇଛି। ଏହା ସହିତ ଘୂର୍ଣ୍ଣିବଳୟ ସମୟରେ ଫସଲ ଜମି ଏବଂ ଘୁଷୁରି ଚାଷ କ୍ଷତିଗ୍ରସ୍ତ ହୋଇଛି।
ପୂର୍ବ ଚାଇନାରେ ଆସିଥିବା ଘୂର୍ଣ୍ଣିବଳୟର ଏକ ଭିଡିଓ ଅନଲାଇନରେ ପୋଷ୍ଟ କରାଯାଇଛି। ଯେଉଁଥିରେ ଏହା ସ୍ପଷ୍ଟ ଭାବରେ ଦେଖାଯାଉଛି ଅନେକ କାର ବିପର୍ଯ୍ୟସ୍ତ ହୋଇ ପଡ଼ିଛି।

ସରକାରୀ ପ୍ରସାରଣ ସଂସ୍ଥା ସିସିଟିଭି କହିଛି ଏହି ଅଞ୍ଚଳରେ ବିଦ୍ୟୁତ ଓ ସଡକ ସେବାର ପୁନରୁଦ୍ଧାର କରାଯାଉଛି।

ଚାଇନାରେ ଘୂର୍ଣ୍ଣିବଳୟ ବିରଳ। ଗତ ବର୍ଷ ଏହା ଯୋଗୁ ଜିୟାଙ୍ଗସୁ ପ୍ରଦେଶରେ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ୨୦୨୧ରେ ଚାରି ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri