ଜାପାନରେ ଟାଇଫୁନ ଲାନ ତାଣ୍ଡବ: ୯୦୦ରୁ ଅଧିକ ଉଡ଼ାଣ ବାତିଲ…

ଟୋକିଓ,୧୫।୮ : ଶକ୍ତିଶାଳୀ ଟାଇଫୁନ ଲାନ ଜାପାନରେ ତାଣ୍ଡବ ରଚିଛି। ଟାଇଫୁନ ଯୋଗୁଁ ଜାପାନରେ ପ୍ରାୟ ୯୦୦ରୁ ଅଧିକ ବିମାନର ଉଡ଼ାଣକୁ ବାତିଲ କରାଯାଇଛି। ଏହା ବ୍ୟତୀତ ୨ ଲକ୍ଷ ୪୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାନୁସାରେ, ଶକ୍ତିଶାଳୀ ଟାଇଫୁନ ଲାନ ଜାପାନର ମୁଖ୍ୟ ଦ୍ୱୀପ ହନସୁକୁ ଛୁଇଁଛି, ଏହି କାରଣରୁ ହଜାର ହଜାର ଘରେ ବିଦ୍ୟୁତ ଯୋଗାଣ ମଧ୍ୟ ପ୍ରଭାବିତ ହୋଇଛି।

ପ୍ରଶାନ୍ତ ମହାସାଗରରୁ ଆସିଥିବା ଟାଇଫୁନ ଲାନ ଟୋକିଓର ଦକ୍ଷିଣ-ପଶ୍ଚିମଠାରୁ ପ୍ରାୟ ୪୦୦ କିଲୋମିଟର ଦୂରରେ ଥିବା ୱାକାୟାମା ପ୍ରିଫେକ୍ଟରର ଦକ୍ଷିଣ ଭାଗରେ ମଙ୍ଗଳବାର ଲ୍ୟାଣ୍ଡଫଲ କରିଛି। ଫଳରେ କେନ୍ଦ୍ରୀୟ ଏବଂ ପଶ୍ଚିମ ଜାପାନର ଅନେକ ଅଞ୍ଚଳରେ ପବନର ବେଗ ବଢ଼ିqବା ସହିତ ପ୍ରବଳ ବର୍ଷା ହୋଇଛି।

ପ୍ରଶାନ୍ତ ମହାସାଗରରୁ ଜାପାନ ମୁହାଁ ହୋଇଥିବା ଟାଇଫୁନ ଲାନ ଟୋକିଓର ଦକ୍ଷିଣ-ପଶ୍ଚିମଠାରୁ ପ୍ରାୟ ୪୦୦ କିଲୋମିଟର ଦୂରରେ ଥିବା ୱାକାୟାମା ପ୍ରିଫେକ୍ଟରର ଦକ୍ଷିଣ ଭାଗରେ ମଙ୍ଗଳବାର ଲ୍ୟାଣ୍ଡଫଲ କରିଛି। ଫଳରେ କେନ୍ଦ୍ରୀୟ ଏବଂ ପଶ୍ଚିମ ଜାପାନର ଅନେକ ଅଞ୍ଚଳରେ ପବନର ବେଗ ବଢ଼ିqବା ସହିତ ପ୍ରବଳ ବର୍ଷା ହୋଇଛି।

ଜାପାନ ପାଣିପାଗ ବିଭାଗ ଅନୁଯାୟୀ, ଘୂର୍ଣ୍ଣିବଳୟ ଲାନ ଘଣ୍ଟା ପ୍ରତି ୧୨୬ କିଲୋମିଟର ବେଗରେ ପ୍ରବଳ ପବନ ସୃଷ୍ଟି କରୁଛି। ଏଥି ସହ କର୍ତ୍ତୃପକ୍ଷ ବନ୍ୟା ଓ ଭୂସ୍ଖଳନ ସତର୍କ ସୂଚନା ଜାରି କରିଛନ୍ତି। ଲାନ ଯୋଗୁ କୌଣସି ବଡ଼ କ୍ଷୟକ୍ଷତି ହୋଇନାହିଁ ।

ଅଧିକାରୀ କହିଛନ୍ତି ଝଡ ଯୋଗୁଁ ଜାପାନର ଅନେକ ସହରରେ ବର୍ଷା ହେଉଛି। ତେବେ ପବନର ଗତି ମନ୍ଥର ହୋଇଯାଇଛି। ବୁଧବାର ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନୀମାନେ ଚେତାବନୀ ଦେଇଛନ୍ତି। ଆହୁରି ମଧ୍ୟ ଅନେକ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି।

କେନ୍ଦ୍ରୀୟ ଜାପାନର କିଛି ଅଂଶ ୨୪ ଘଣ୍ଟା ମଧ୍ୟରେ ୫୮୫ ମିଲିମିଟର ବର୍ଷା ରେକର୍ଡ କରିଥିଲା। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ ପ୍ରବଳ ବର୍ଷାରେ ୧୨ରୁ ଅଧିକ ଲୋକ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ରହିଛି। ଅଧିକାରୀ କହିଛନ୍ତି ସେମାନେ ୧୧ ଟି ପ୍ରଦେଶର ବାସିନ୍ଦାଙ୍କ ପାଇଁ ଥଇଥାନ କେନ୍ଦ୍ର ସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?