ଟାଇଫୁନ ମାୱାର: ଗୁଆମରେ ଲକଡାଉନ ଘୋଷଣା…

ହୋନୋଲୁଲୁ,୨୩।୫ : ମାଇକ୍ରୋନେସିଆରେ ଅବସ୍ଥିତ ଆମେରିକାର ଦ୍ୱୀପପୁଞ୍ଜ ଗୁଆମରେ ଟାଇଫୁନ ମାୱାର ଲ୍ୟାଣ୍ଡଫଳ କରିବ ବୋଲି ପୂର୍ବାନୁମାନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଯେଉଁମାନଙ୍କର ଘର କଂକ୍ରିଟରେ ତିଆରି ହୋଇନାହିଁ ସେଭଳି ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରିଛନ୍ତି। ଏହି ଝଡ ଦୁଇ ଦଶନ୍ଧି ମଧ୍ୟରେ ସବୁଠାରୁ ବଡ ଧରଣର ସାବ୍ୟସ୍ତ ହୋଇପାରେ ବୋଲି କୁହାଯାଉଛି। ଏକ ୟୁଟ୍ୟୁବ ବାର୍ତ୍ତାରେ ରାଜ୍ୟପାଳ ଲୁ ଲିଓନ ଗୁରେରୋ ଲୋକଙ୍କୁ ଶାନ୍ତ ରହିବାକୁ ଏବଂ ଝଡ଼ ମାୱାର ପାଇଁ ପ୍ରସ୍ତୁତ ରହିବାକୁ ଅନୁରୋଧ କରିଛନ୍ତି।

ପାଣିପାଗ ବିଭାଗ ଅନୁଯାୟୀ, ମେ ୨୪ ତାରିଖ ମଧ୍ୟାହ୍ନରେ ଟାଇଫୁନ ମାୱାର ଗୁଆମର ଦକ୍ଷିଣ ଭାଗରେ ପହଞ୍ଚିବ ବୋଲି ଆଶା କରାଯାଉଛି। ବିପଦକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ଗଭର୍ନର ନ୍ୟାଶନାଲ ଗାର୍ଡଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁଆମରେ ଥିବା ଜାତୀୟ ପାଣିପାଗ ସେବା ମୁଖ୍ୟ ପାଣିପାଗ ବିଜ୍ଞାନୀ ପାଟ୍ରିକ ଡଲ କହିଛନ୍ତି ଯଦି ଏହି ଝଡ଼ ଗୁଆମରେ ସିଧାସଳଖ ମାଡ଼ ନହୁଏ ତେବେ ବି ଏହା ଅତି ନିକଟତର ହେବ।

ପାଣିପାଗ ବିଭାଗ ଅନୁଯାୟୀ ୩ ବର୍ଗ ବିପଦଯୁକ୍ତ ଏହି ଝଡ଼ ମଙ୍ଗଳବାର ଗୁଆମର ଦକ୍ଷିଣ-ପୂର୍ବରେ ପ୍ରାୟ ୧୯୫ ମାଇଲ (୩୧୩.୮କିଲୋମିଟର) ଦୂରରେ ଥିଲା। ଏହା ଘଣ୍ଟା ପ୍ରତି ୯ ରୁ ୧୦ ମାଇଲ ବେଗରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ପାଣିପାଗ ବିଭାଗର ଅଧିକାରୀ କହିଛନ୍ତି ଏହା ଘଣ୍ଟାପ୍ରତି ୧୪୦ ମାଇଲ (୨୨୫ କିଲୋମିଟର) ବେଗରେ ବର୍ଗ ୪ ଝଡ଼ ଭାବରେ ଲ୍ୟାଣ୍ଡଫଲ କରିବ ବୋଲି ଆଶା କରାଯାଉଛି। ଗୁରେରୋ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି ପବନର ବେଗ ଘଣ୍ଟା ପ୍ରତି ୧୫୦ ମାଇଲରେ ପହଞ୍ଚିପାରେ।

 

ବାତ୍ୟାକୁ ଦୃଷ୍ଟିରେ ରଖି ମଙ୍ଭଳବାର ପୂର୍ବାହ୍ନ ୧୦ଟାରୁ ଗୁଆମରେ ଲକଡାଉନ ପକାଇବାକୁ ରାଜ୍ୟପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସନ୍ଧ୍ୟା ୬ଟା ସୁଦ୍ଧା ଘର ଖାଲି କରିବାକୁ ନିବେଦନ କରାଯାଇଛି। ଲୋକମାନେ ଝଡ଼ ପୂର୍ବରୁ ଜଳ, ଜେନେରେଟର, ଖାଦ୍ୟ ଏବଂ ଆବଶ୍ୟକୀୟ ସାମଗ୍ରୀ ସଂଗ୍ରହ କରୁଛନ୍ତି। କାଠ ଓ ଟିଣରେ ନିର୍ମିତ ଘରଗୁଡ଼ିକୁ ଶୀଘ୍ର ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?