ତାଇଫୁନ ମୁଇଫା: ଅସ୍ଥାୟୀ ଆଶ୍ରୟସ୍ଥଳରେ ୧୦ ଲକ୍ଷରୁ ଅଧିକ ଲୋକ…

ବେଜିଂ, ୧୫।୯ : ଚାଇନାରେ ତାଇଫୁନ୍‌ ମୁଇଫା ନେଇ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଗୁରୁବାର ଚାଇନାର ପୂର୍ବ ଉପକୂଳ ଆଡକୁ ଏହା ଭୟଙ୍କର ରୂପ ନେଇ ଗତି କରୁଛି। ଏହାପୂର୍ବରୁ ବୁଧବାର ରାତିରେ ଏହି ଝଡ ଯୋଗୁଁ ପ୍ରବଳ ପବନ ଓ ବର୍ଷା ସାଂଘାଇ ସହର ଅସ୍ତବ୍ୟସ୍ତ ହୋଇପଡ଼ିଛି। ଚାଇନାର ଜାତୀୟ ପାଣିପାଗ କେନ୍ଦ୍ର ଅନୁଯାୟୀ ବୁଧବାର ବିଳମ୍ବିତ ରାତିରେ ମୁଇଫା ସର୍ବାଧିକ ୧୨୫ କିଲୋମିଟର ବେଗରେ ଉପକୂଳରେ ମାଡ ହୋଇଥିଲା। କିନ୍ତୁ ଗୁରୁବାର ସକାଳେ ଏହା ଦୁର୍ବଳ ହୋଇଯାଇଛି।

ମୁଇଫାକୁ ଦୃଷ୍ଟିରେ ରଖି ୧୦ ଲକ୍ଷରୁ ଅଧିକ ଲୋକଙ୍କୁ ଅସ୍ଥାୟୀ ଆଶ୍ରୟସ୍ଥଳରେ ରଖାଯାଇଛି। ଗୁରୁବାର ଜିଆଙ୍ଗସୁ ପ୍ରଦେଶର ପୂର୍ବ ଭାଗ ଆଡକୁ ମୁଇଫା ଗତି କରୁଥିବାବେଳେ ଏହା ଆହୁରି ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଦକ୍ଷିଣ ସାଂଘାଇର ନିଙ୍ଗବୋ ସହରରେ ଜଳସ୍ତରର ଚିତ୍ର ସୋସିଆଲ ମିଡିଆରେ ପ୍ରକାଶ ପାଇଛି। ଏହି ଚିତ୍ରଗୁଡ଼ିକରେ ଗତକାଲି ରାତିରେ ପ୍ରବଳ ବର୍ଷା ପରେ ଅନେକ ସ୍କୁଟର ଏବଂ କାର ପାଣିରେ ବୁଡି ରହିଥିବାର ଦେଖାଯାଉଛି।

ଜିଆଙ୍ଗସୁରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି ଏବଂ ଗୁରୁବାର ପ୍ରଦେଶର ସମସ୍ତ ଜିଲାରେ ସ୍କୁଲ ବନ୍ଦ ରହିଛି। ଜାତୀୟ ପାଣିପାଗ କେନ୍ଦ୍ର କହିଛି ଯେ ଗୁରୁବାର ସକାଳେ ଘଣ୍ଟା ପ୍ରତି ସର୍ବାଧିକ ୧୦୮ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି, ଯାହା ଧୀରେ ଧୀରେ ଦୁର୍ବଳ ହୋଇଯିବ।

ମୁଇଫା ଯୋଗୁଁ କେହି ମୃତାହତ କିମ୍ବା ବଡ଼ କ୍ଷୟକ୍ଷତି ହୋଇନାହିଁ। ବାତ୍ୟା ଯୋଗୁଁ ମେଟ୍ରୋ ସେବା ମଧ୍ୟ ବନ୍ଦ ହୋଇଯାଇଥିଲା। କିନ୍ତୁ ବର୍ତ୍ତମାନ ଏହା ଦୁର୍ବଳ ହେବା ପରେ ଗୁରୁବାର ସାଧାରଣ ପରିବହନ ସେବା ପୁଣି ଆରମ୍ଭ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri