Posted inଜାତୀୟ

ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ

କୋଲକାତା,୨୪।୨: ପଶ୍ଚିମବଙ୍ଗରେ ରାତି ୨ଟାରେ ବିଧାନସଭା ଅଧିବେଶନ ଡକାଇଲେ ରାଜ୍ୟପାଳ। ଏହାକୁ ଶୁଣିଲେ ଯେକେହିବି ଆଶ୍ଚର୍ଯ୍ୟ ହୋଇଯିବେ। ହେଲେ କଥାଟି ହେଉଛି ଏଭଳି, କେବଳ ଟାଇପିଂ ତ୍ରୁଟି ଯୋଗୁ ବିଧାନସଭା ଅଧିବେଶନ ରାତି ୨ଟାରେ ଆରମ୍ଭ ହେବ ବୋଲି ଏକ ପ୍ରେସ୍‌ ବିଜ୍ଞପ୍ତିରେ ପ୍ରକାଶ ପାଇଥିଲା। ସୂଚନା ମୁତାବକ, ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ବିଧାନସଭା ଅଧିବେଶନ ଆରମ୍ଭ କରିବାକୁ ରାଜ୍ୟପାଳଙ୍କ ନିକଟକୁ ପ୍ରସ୍ତାବ ପଠାଯାଇଥିଲା। ସେଥିରେ ମାର୍ଚ୍ଚ ୭ ଅର୍ଥାତ୍‌ ସୋମବାର ଦିନ ୨ଟା ପରିବର୍ତ୍ତେ ରାତି ୨ଟା ଟାଇପ୍‌ ହୋଇଯାଇଥିଲା। ଗୁରୁବାର ଦ୍ୱିପ୍ରହରରେ ଏନେଇ ରାଜ୍ୟପାଳ ଜଗଦୀପ ଧନଖର ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଡକାଇଥିଲେ। କିନ୍ତୁ ଉକ୍ତ ବରିଷ୍ଠ ଅଧିକାରୀ ରାଜ୍ୟପାଳଙ୍କୁ ଭେଟିବାକୁ ଯାଇ ନ ଥିଲେ। ଯାହାଫଳରେ ରାଜ୍ୟପାଳ ଏକ ଟୁଇଟ କରି କହିଛନ୍ତି, ସେ କ୍ୟାବିନେଟ ପ୍ରସ୍ତାବକୁ ଅନୁମତି ପ୍ରଦାନ କରିଛନ୍ତି। କିନ୍ତୁ ରାତି ୨ ଟାରେ ଅଧିବେଶନ ଆରମ୍ଭ କରିବା ପ୍ରସ୍ତାବକୁ ସେ ଅସ୍ବାଭାବିକ ମନେ କରୁଛନ୍ତି। ଯଦି ପଶ୍ଚିମବଙ୍ଗ ବିଧାନସଭା ରାତି ୨ଟାରୁ ଆରମ୍ଭ ହୁଏ, ତେବେ ଏହା ଦେଶରେ ଏକ ନିଆରା ମାମଲା ହେବ ବୋଲି ରାଜ୍ୟପାଳ ଉକ୍ତ ଟୁଇଟରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ଏହି ଟୁଇଟର ପ୍ରତିକ୍ରିୟା ରଖି ବିଧାନସଭା ବାଚସ୍ପତି ବିମନ ବାନାର୍ଜୀ କହିଛନ୍ତି, ଏହା ଏକ ପ୍ରକାର ଟାଇପିଂ ତ୍ରୁଟି। ରାଜ୍ୟପାଳ ଏହାକୁ ସଂଶୋଧନ କରିପାରିଥାନ୍ତେ, କିନ୍ତୁ ସେ ରାତି ୨ଟାରେ ଟାଇପିଂ ତ୍ରୁଟିକୁ ଗ୍ରହଣ କରିଛନ୍ତି ଯେତେବେଳେ ବିଧାନସଭା ଅଧିବେଶନ ରାତିରେ ହିଁ ଆରମ୍ଭ ହେବ ବୋଲି ବାଚସ୍ପତି କହିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ରାଜ୍ୟପାଳଙ୍କ ବିବାଦ ମଧ୍ୟରେ ରାଜଭବନ ପକ୍ଷରୁ ଏଭଳି ଅସ୍ବାଭାବିକ ଅନୁମୋଦନ ମିଳିବା ପଶ୍ଚିମବଙ୍ଗ ରାଜନୀତିରେ ଝଡ଼ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri