ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ

ଡମାସ୍‌କସ୍‌/ଓ୍ବାଶିଂଟନ, ୨୯।୬(ଆଇଏଏନ୍‌ଏସ୍‌): ଇରାକ୍‌ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫ ସଦସ୍ୟ ନିହତ ହେବା ସହ ଅନେକେ ଆହତ ହୋଇଛନ୍ତି। ଉକ୍ତ ଅଞ୍ଚଳରେ ଇରାନ ସମର୍ଥତ୍ତ ମିଲିସିଆ ଗୋଷ୍ଠୀ ବ୍ୟବହାର କରୁଥିବା ଅସ୍ତ୍ରଭଣ୍ଡାରକୁ ଟାର୍ଗେଟ କରି ବିମାନରୁ ଆକ୍ରମଣ କରାଯାଇଥିଲା ବୋଲି ପେଣ୍ଟାଗନ ପକ୍ଷରୁ କୁହାଯାଇଛି। ସିରିଆର ଦୁଇଟି ଓ ଇରାକ୍‌ର ଗୋଟିଏ ସ୍ଥାନରେ ଥିବା ଅସ୍ତ୍ରଭଣ୍ଡାର ଓ ଅପରେଶନାଲ ସାଇଟ୍‌ ଉପରେ ବୋମାମାଡ଼ ହୋଇଥିବା ପେଣ୍ଟାଗନ ପ୍ରେସ୍‌ ସଚିବ ଜନ୍‌ କିର୍ବି ଏକ ବିବୃତିରେ କହିଛନ୍ତି। ଏଥିପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିର୍ଦ୍ଦେଶ ଦେଇଥିବା ସେ ସୂଚନା ଦେଇଛନ୍ତି।
ବାଇଡେନ୍‌ କ୍ଷମତାକୁ ଆସିବାର ୬ ମାସ ମଧ୍ୟରେ କୌଣସି ଅଞ୍ଚଳ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଏହା ଦ୍ୱିତୀୟ ଘଟଣା। ୫ ମାସ ପୂର୍ବରୁ ଇରାକରେ ଥିବା ଆମେରିକା ସାମରିକ ଘାଟିକୁ ଇରାନ୍‌ ସମର୍ଥତ୍ତ ଗୋଷ୍ଠୀ ଟାର୍ଗେଟ କରିବାରୁ ପେଣ୍ଟାଗନ୍‌ ପକ୍ଷରୁ ଏହାର ଠିକଣା ଜବାବ ଦିଆଯାଇଥିଲା। ଫେବୃୟାରୀରେ ଆମେରିକା ପକ୍ଷରୁ ହୋଇଥିବା ଏହି ଏୟାରଷ୍ଟ୍ରାଇକ୍‌ରେ ଅର୍ଦ୍ଧସାମରିକ ବାହିନୀର ୧୭ ସଦସ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri