ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ: ୧୦ଲକ୍ଷ ଆମ୍ଫୋଟେରିସନ୍‌ ଇଞ୍ଜେକ୍ସନ୍‌ ଯୋଗାଇବ ଆମେରିକାର ଏହି କମ୍ପାନୀ

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଇତିମଧ୍ୟରେ ବର୍ଦ୍ଧିତ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ଏବେ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଦେଶରେ ଏପର୍ଯ୍ୟନ୍ତ ପ୍ରାୟ ୧୧ହଜାରରୁ ଊର୍ଦ୍ଧ୍ୱ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇସାରିଛନ୍ତି। ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ଗୁଜରାଟ। ଗୁଜରାଟରେ ୨୮୦୦ମାମଲା ସାମ୍ନାକୁ ଆସିଥିବା ବେଳେ ମହାରାଷ୍ଟ୍ରରେ ୨୭୦୦, ଆନ୍ଧ୍ରପ୍ରଦେଶରେ ୭୦୦ ଓ ଦିଲ୍ଲୀରେ ୬୨୦ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଗୋଟିଏ ପଟେ ବର୍ଦ୍ଧିତ ବ୍ଲାକ୍‌ ଫଙ୍ଗସ୍‌ ଆତଙ୍କ ଖେଳାଇଥିବା ବେଳେ ଅନ୍ୟପଟେ ଏହାର ଇଞ୍ଜେକ୍ସନ ଅଭାବ ଚିନ୍ତାର କାରଣ ବଢ଼ାଇଦେଇଛି। ଫଳରେ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସାରେ ଲାଗୁଥିବା ଆମ୍ଫୋଟେରିସିନ୍‌ ଇଞ୍ଜେକ୍ସନ ଶୀଘ୍ର ଉପଲବ୍ଧ କରାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାସ୍ଥ୍ୟବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସ୍ବାସ୍ଥ୍ୟବିଭାଗ ବିଭିନ୍ନ ବିଦେଶ କମ୍ପାନୀ ସହ ଯୋଗାଯୋଗ କରିଥିଲେ। ହେଲେ ଆମେରିକା ସ୍ଥିତ ଗିଲିୟଡ୍‌ ସାଇନ୍ସ ବୋର୍ଡ ଭାରତକୁ ଇଞ୍ଜେକ୍ସନ ଯୋଗାଇବାକୁ ରାଜି ହୋଇଯାଇଛି। ଆମେରିକାରୁ ଏପର୍ଯ୍ୟନ୍ତ ୧୨୧,୦୦୦ରୁ ଊର୍ଦ୍ଧ୍ୱ ଆମ୍ଫୋଟେରିସିନ୍‌ ଇଞ୍ଜେକ୍ସନ ଭାରତକୁ ଯୋଗାଇ ଦିଆଯାଇଛି। ଆଉ ବାକି ୮୫,୦୦୦ ଇଞ୍ଜେକ୍ସନ ଖୁବ୍‌ଶୀଘ୍ର ଭାରତରେ ପହଞ୍ଚିବ ବୋଲି ଜଣାପଡ଼ିଛି। କୁହାଯାଉଛି ଆମେରିକାର ଏହି କମ୍ପାନୀ ପ୍ରାୟ ୧ମିଲିୟନ ଡୋଜ ଭାରତକୁ ଯୋଗାଇଦେବ। ତେବେ ଏନେଇ ଅନ୍ୟ ଦେଶ ସହ ମଧ୍ୟ ଯୋଗାଯୋଗ କରାଯାଉଛି। ବ୍ଲାକ୍‌ ଫଙ୍ଗସ୍‌ ଲଢ଼େଇରେ ଯେପରି ଔଷଧ ଓ ଇଞ୍ଜେକ୍ସନ ଅଭାବ ନ ଦେଖାଯାଏ ସେଥିପ୍ରତି ସରକାର ପ୍ରଚେଷ୍ଟା ଚଳାଇଛନ୍ତି। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉଦ୍ୟମରେ ଜେନେଟେକ୍‌ ଲାଇଫ୍‌ ସାଇନ୍ସ ବୋର୍ଡ ବ୍ଲାକ୍‌ ଫଙ୍ଗସ୍‌ ଚିକିତ୍ସା ପାଇଁ ଆମ୍ଫୋଟେରିସିନ୍‌ ଇଞ୍ଜେକ୍ସନ ପ୍ରସ୍ତୁତ କରୁଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ଏହି ଗୋଟିଏ କମ୍ପାନୀ ଏମ୍ଫୋଟେରିସିନ୍‌ ଇଞ୍ଜେକ୍ସନ ଉତ୍ପାଦନ କରୁଛି। ଏହି ଇଞ୍ଜେକ୍ସନ ସୋମବାରଠାରୁ ବିତରଣ କାର୍ଯ୍ୟ ଆରମ୍ଭ ହେବ। ଏହାର ମୁଲ୍ୟ ୧୨୦୦ଟଙ୍କା ରହିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ ଏହି ଇଞ୍ଜେକ୍ସନ ୭ହଜାର ଟଙ୍କାରେ ଉପଲବ୍ଧ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri