ଚାଇନା ଉପରେ ଆମେରିକାର ଡିଜିଟାଲ ଷ୍ଟ୍ରାଇକ୍‌: ୨୪ ଘଣ୍ଟା ମଧ୍ୟରେ ବ୍ୟାନ ହୋଇପାରେ ଟିକ୍‌ଟକ୍‌

ଓ୍ବାଶିଂଟନ୍‌,୧।୮: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉଦେ୍‌ବେଗଜନକ ସ୍ଥିତି ହେବା ପରଠାରୁ ଚାଇନା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଆକ୍ରମଣ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଅନେକ ସମୟରେ କରୋନାକୁ ନେଇ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରୁଥିବା ପରିଲିକ୍ଷିତ ହୋଇଥାଏ। ଏଥିସହ ସାରା ବିଶ୍ୱରେ କରୋନା ଭାଇରସ୍‌ ବ୍ୟାପିବା ପାଇଁ ସେ ସିଧାସଳଖ ଚାଇନାକୁ ଦାୟୀ କରିଥାନ୍ତି। ତେବେ କରୋନା ସଂକ୍ରମଣକୁ ନେଇ ଦୁଇ ଦେଶ ଭିତରେ ଚାଲିଥିବା ବାକ୍‌ ଯୁଦ୍ଧ ମଧ୍ୟରେ ଏବେ ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତି ନେଇଛନ୍ତି। ବର୍ତ୍ତମାନ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ସେ ନିଷ୍ପତ୍ତି ନେଇଥିବା ଖବର ସାମ୍ନାକୁ ଆସିଛି। ଶନିବାର ଟ୍ରମ୍ପ କହିଛନ୍ତି, ଏକ କାର୍ଯ୍ୟନିର୍ବାହୀ ଆଦେଶ ସହିତ ୨୪ଘଣ୍ଟା ମଧ୍ୟରେ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଯିବ। ସୂଚନାଯୋଗ୍ୟ, ଏହାପୂର୍ବରୁ ଟିକ୍‌ଟକ୍‌ ବ୍ୟାନ ନେଇ ଟ୍ରମ୍ପ ନିଷ୍ପତ୍ତି ନେଇଥିଲେ। ଟିକ୍‌ଟକ୍‌ ଉପରେ ପଦକ୍ଷେପ ନେବା ପାଇଁ ପ୍ରଶାସନ ପକ୍ଷରୁ ମୂଲ୍ୟାଙ୍କନ କରାଯାଉଛି। ଏକ ଲୋକପ୍ରିୟ ଚାଇନିଜ ଭିଡିଓ ଆପ୍‌ ବର୍ତ୍ତମାନ ଜାତୀୟ ସୁରକ୍ଷା ଏବଂ ସେନ୍ସରସିପ୍‌ ପ୍ରସଙ୍ଗର ଉତ୍ସ ପାଲଟିଛି ବୋଲି ଟ୍ରମ୍ପ କହିଛନ୍ତି। ତେଣୁ ଏହାକୁ ନିଷେଧ କରିବା ସହ ଆମେରିକା ପାଖରେ ଅନ୍ୟାନ୍ୟ ବିକଳ୍ପ ମଧ୍ୟ ରହିଛି। ଆମେରିକାରେ ପାଖରେ ଏବେ ୨ଟି ରାସ୍ତା ଅଛି, ଦେଶରେ ଟିକ୍‌ଟକ୍‌ ବ୍ୟାନ ଅଥବା ଏହାକୁ ଆମେରିକାର ମାଇକ୍ରୋସଫ୍ଟ କମ୍ପାନୀ କିଣିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri