ଚାଇନା ଉପରେ ଆମେରିକାର ଡିଜିଟାଲ ଷ୍ଟ୍ରାଇକ୍‌: ୨୪ ଘଣ୍ଟା ମଧ୍ୟରେ ବ୍ୟାନ ହୋଇପାରେ ଟିକ୍‌ଟକ୍‌

ଓ୍ବାଶିଂଟନ୍‌,୧।୮: ଦେଶରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମଣ ଉଦେ୍‌ବେଗଜନକ ସ୍ଥିତି ହେବା ପରଠାରୁ ଚାଇନା ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ଆକ୍ରମଣ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଅନେକ ସମୟରେ କରୋନାକୁ ନେଇ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରୁଥିବା ପରିଲିକ୍ଷିତ ହୋଇଥାଏ। ଏଥିସହ ସାରା ବିଶ୍ୱରେ କରୋନା ଭାଇରସ୍‌ ବ୍ୟାପିବା ପାଇଁ ସେ ସିଧାସଳଖ ଚାଇନାକୁ ଦାୟୀ କରିଥାନ୍ତି। ତେବେ କରୋନା ସଂକ୍ରମଣକୁ ନେଇ ଦୁଇ ଦେଶ ଭିତରେ ଚାଲିଥିବା ବାକ୍‌ ଯୁଦ୍ଧ ମଧ୍ୟରେ ଏବେ ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତି ନେଇଛନ୍ତି। ବର୍ତ୍ତମାନ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଇବାକୁ ସେ ନିଷ୍ପତ୍ତି ନେଇଥିବା ଖବର ସାମ୍ନାକୁ ଆସିଛି। ଶନିବାର ଟ୍ରମ୍ପ କହିଛନ୍ତି, ଏକ କାର୍ଯ୍ୟନିର୍ବାହୀ ଆଦେଶ ସହିତ ୨୪ଘଣ୍ଟା ମଧ୍ୟରେ ଆମେରିକାରେ ଟିକ୍‌ଟକ୍‌ ଉପରେ ପ୍ରତିବନ୍ଧକ ଲଗାଯିବ। ସୂଚନାଯୋଗ୍ୟ, ଏହାପୂର୍ବରୁ ଟିକ୍‌ଟକ୍‌ ବ୍ୟାନ ନେଇ ଟ୍ରମ୍ପ ନିଷ୍ପତ୍ତି ନେଇଥିଲେ। ଟିକ୍‌ଟକ୍‌ ଉପରେ ପଦକ୍ଷେପ ନେବା ପାଇଁ ପ୍ରଶାସନ ପକ୍ଷରୁ ମୂଲ୍ୟାଙ୍କନ କରାଯାଉଛି। ଏକ ଲୋକପ୍ରିୟ ଚାଇନିଜ ଭିଡିଓ ଆପ୍‌ ବର୍ତ୍ତମାନ ଜାତୀୟ ସୁରକ୍ଷା ଏବଂ ସେନ୍ସରସିପ୍‌ ପ୍ରସଙ୍ଗର ଉତ୍ସ ପାଲଟିଛି ବୋଲି ଟ୍ରମ୍ପ କହିଛନ୍ତି। ତେଣୁ ଏହାକୁ ନିଷେଧ କରିବା ସହ ଆମେରିକା ପାଖରେ ଅନ୍ୟାନ୍ୟ ବିକଳ୍ପ ମଧ୍ୟ ରହିଛି। ଆମେରିକାରେ ପାଖରେ ଏବେ ୨ଟି ରାସ୍ତା ଅଛି, ଦେଶରେ ଟିକ୍‌ଟକ୍‌ ବ୍ୟାନ ଅଥବା ଏହାକୁ ଆମେରିକାର ମାଇକ୍ରୋସଫ୍ଟ କମ୍ପାନୀ କିଣିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri