୬୭ ବର୍ଷ ପରେ ପ୍ରଥମଥର ଜଣେ ମହିଳାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ! 

ୱାଶିଂଟନ,୧୩ ।୧: ଆମେରିକାରେ ଦୀର୍ଘ ୬୭ ବର୍ଷ ପରେ ଜଣେ ମହିଳାଙ୍କୁ ପ୍ରଥମଥର ଲାଗି ମୃତ୍ୟୁଦଣ୍ଡ ଦିଆଯିବ । ଆମେରିକାର ସର୍ବୋଚ୍ଚ ନ୍ୟାୟାଳୟ ମହିଳାଙ୍କ୍‌ୁ ମୃତ୍ୟୁଦଣ୍ଡ ନ ଦେବାକୁ କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି । ଯାହା ଫଳରେ ଏବେ ଏହି ମହିଳାଙ୍କୁ ମୃତ୍ୟୁଦଣ୍ଡ ମିଳିବା ସ୍ପଷ୍ଟ ହୋଇଯାଇଛି । ଆମେରିକା ସରକାର ଲିସା ମୋଟଗୋମେରୀ ନାମକ ମହିଳାଙ୍କୁ ମୃତ୍ୟୁଦଣ୍ଡ ଦେବା ପ୍ରକ୍ରିୟା ଶେଷ କରିଛନ୍ତି । ସୂଚନାଯୋଗ୍ୟ, ଲିସା ମୋଟଗୋମେରୀ ଆମେରିକାର ମିସୁରିରେ ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ପରେ ଗର୍ଭସ୍ଥ ଶିଶୁକୁ ବାହାର କରି ନେଇଯାଇଥିଲେ । ଏଥିରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ । ତେବେ ଦୀର୍ଘ ୬୭ ବର୍ଷ ପରେ ଆମେରିକାରେ ପ୍ରଥମଥର ଲାଗି ଜଣେ ମହିଳାଙ୍କ୍‌ୁ ମୃତ୍ୟୁଦଣ୍ଡ ଦିଆଯିବ । ଲିସା ମୋଟଗୋମେରୀଙ୍କ୍‌ୁ ଇଣ୍ଡିଆନାର ତେରେଂ ହାଉତେର ଏକ କେନ୍ଦ୍ରୀୟ କାରାଗାରରେ ମୃତ୍ୟୁଦଣ୍ଡ ଦିଆଯବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri