ତାଲିବାନକୁ ଆମେରିକାର କଡ଼ା ଜବାବ୍‌, ଫ୍ରିଜ୍‌ କଲା ୭୦୬ ଶହ କୋଟିରୁ ଅଧିକ ଟଙ୍କା…

ଓ୍ବାଶିଂଟନ,୧୮।୮: ଆମେରିକା ଆଫଗାନିସ୍ତାନରୁ ନିଜର ସୈନ୍ୟ ପ୍ରତ୍ୟାହାର କରିନେଇଛି। କିନ୍ତୁ ତାଲିବାନ ବିରୋଧରେ ଯୁଦ୍ଧ ଏବେ ବି ଜାରି ରଖିଛି। ଆମେରିକା ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କର ସମ୍ପତ୍ତି ପ୍ରାୟ ୯.୯ ବିଲିୟନ ଡ଼ଲାର ଅର୍ଥାତ୍‌ ୭୦୬ ଶହ କୋଟିରୁ ଅଧିକ ଟଙ୍କା ଫ୍ରିଜ କରିଛି। ଏହା ସହିତ ଆଫଗାନିସ୍ତାନକୁ ନଗଦ ଯୋଗାଣ ମଧ୍ୟ ଆମେରିକା ବନ୍ଦ କରିଦେଇଛି। ଯାହାଦ୍ୱାରା ଦେଶର ସମ୍ପତ୍ତି ତାଲିବାନ ହାତକୁ ଆଉ ଯାଇ ପାରିବ ନାହିଁ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଚିନ୍ତା କରୁଛନ୍ତି। ବ୍ଲୁମବର୍ଗ ରିପୋର୍ଟ ଅନୁଯାୟୀ ଆମେରିକାର ଜଣେ ପ୍ରଶାସନିକ ଅଧିକାରୀ ଏସମ୍ପର୍କରେ ନିଶ୍ଚିତ କରିଛନ୍ତି। ଅଧିକାରୀ କହିଛନ୍ତି ଯେ ଆମେରିକାରେ ଆଫଗାନିସ୍ତାନ ସରକାରଙ୍କ ସେଣ୍ଟ୍ରାଲ ବ୍ୟାଙ୍କର କୌଣସି ସମ୍ପତ୍ତି ତାଲିବାନ ପାଇଁ ଉପଲବ୍ଧ ହେବ ନାହିଁ ଏବଂ ଏହା ଟ୍ରେଜେରୀ ବିଭାଗର ପ୍ରତିବନ୍ଧିତ ତାଲିକାରେ ରହିବ।

ଏହାପୂର୍ବରୁ ସୋମବାର ଆଫଗାନିସ୍ତାନ ସେଣ୍ଟ୍ରାଲ ବ୍ୟାଙ୍କର ମୁଖ୍ୟ ଅଜମଲ ଅହମଦି ଟୁଇଟ୍‌ କରି ସୂଚନା ଦେଇଥିଲେ ଯେ ଆମେରିକାର ଡଲାର ଶିପମେଣ୍ଟ୍‌ ବନ୍ଦ ହେବାକୁ ଯାଉଛି। କାରଣ ତାଲିବାନ ଏହି ପାଣ୍ଠିକୁ ନିଜ ଅଧୀନକୁ ନେଉ ଏହା ଆମେରିକା ଚାହୁଁନାହିଁ। ଆମେରିକାର ପ୍ରତିବନ୍ଧ ଦ୍ୱାରା ତାଲିବାନ କୌଣସି ପାଣ୍ଠିର ବ୍ୟବହାର କରିପାରିବ ନାହିଁ। ତେବେ ଏସମ୍ପର୍କରେ ଆମେରିକାର ଟ୍ରେଜେରୀ ବିଭାଗ ସୂଚନା ଦେବାକୁ ମନା କରି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri