ରାଜନୈତିକ ଚାପ ଆଗରେ ନୋଇବେନି ଆମେରିକା ଔଷଧ କମ୍ପାନୀ: ସୁରକ୍ଷା ପ୍ରମାଣ ପରେ ଆସିବ କରୋନା ଟୀକା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୯: ଆମେରିକାରେ ନଭେମ୍ବର ୩ରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଶୀଘ୍ର କରୋନା ଟୀକା ବଜାରକୁ ଆଣିବା ପାଇଁ ରାଜନୈତିକ ଦଳ ପକ୍ଷରୁ ଉଦ୍ୟମ କରାଯାଉଛି। ଏହାଦ୍ୱାରା ଭୋଟରଙ୍କୁ ପ୍ରଭାବିତ କରାଯିବାର ଆଶା ରହିଛି। ତେବେ କୌଣସି ରାଜନୈତିକ ଚାପ ଆଗରେ ଆମେରିକା ଔଷଧ କମ୍ପାନୀଗୁଡ଼ିକ ମୁଣ୍ଡ ନୋଇବେନି ବୋଲି ରୋକ୍‌ ଠୋକ୍‌ କହିଦେଇଛନ୍ତି। ସୁରକ୍ଷିତ ଏବଂ କରୋନା ବିରୋଧରେ ପ୍ରଭାବଶାଳୀ ହେଉଥିବା ପ୍ରମାଣ ମିଳିବା ପରେ ଟୀକାକୁ ବଜାରକୁ ଛଡ଼ାଯିବ ବୋଲି ଔଷଧ କମ୍ପାନୀଗୁଡ଼ିକ କହିଛନ୍ତି। ଫାଇଜର, ଜନସନ୍‌ ଆଣ୍ଡ୍‌ ଜନସନ୍‌ ଏବଂ ମୋଡର୍ନା ଆଦି ୩ ଔଷଧ କମ୍ପାନୀଗୁଡ଼ିକ ପକ୍ଷରୁ ଏସମ୍ପର୍କିତ ଏକ ମିଳିତ ବିବୃତି ଆସନ୍ତା ସପ୍ତାହରେ ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ଗଣମାଧ୍ୟମ ସଂସ୍ଥା ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲ ଅନୁସାରେ ଏହି ମିଳିତ ବିବୃତିକୁ ଏବେ ଚୂଡାନ୍ତ ରୂପ ଦିଆଯାଉଛି। ଫାଇଜର ଏବଂ ମୋଡର୍ନା ଔଷଧ କମ୍ପାନୀ ଦ୍ୱାରା ପ୍ରସ୍ତୁତ କରୋନା ଟୀକାର ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍‌ ଜାରି ରହିଛି। ଅପର ପକ୍ଷରେ ଜନସନ୍‌ ଆଣ୍ଡ୍‌ ଜନସନ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଟୀକାର ଦ୍ୱିତୀୟ ପର୍ଯ୍ୟାୟ ଜାରି ରହିଛି। ଟ୍ରାଏଲ୍‌ ପରେ ସୁରକ୍ଷା ପ୍ରମାଣ ପତ୍ର ଆଧାରରେ ଟୀକାର ବଜାର ପ୍ରବେଶ କରାଯିବ। କୌଣସି ରାଜନୈତିକ ଦଳର ଫାଇଦା ପାଇଁ ସମୟ ପୂର୍ବରୁ କରୋନା ଟୀକାକୁ ବଜାରକୁ ଅଣାଯିବ ନାହିଁ ବୋଲି ସମ୍ପୃକ୍ତ କମ୍ପାନୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri