Posted inଖେଳ

ଅବସରରୁ ନେଲେ ୟୁଟର୍ନ: ପଡ଼ିଆକୁ ଫେରିବେ ଏହି ଖେଳାଳି

ଜୋହାନ୍ସବର୍ଗ,୨୨ା୯: ଦକ୍ଷିଣ ଆଫ୍ରିକା ଉଇକେଟକିପର ବ୍ୟାଟର କ୍ୱିଣ୍ଟନ ଡି’କକ୍‌ ତାଙ୍କ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସେ ଅବସର ନେଇସାରିଥିଲେ। ମାତ୍ର ସେ ପୁନର୍ବାର ଖେଳିବା ଲାଗି ଆଗ୍ରହ ଦେଖାଇଛନ୍ତି। ଆଗାମୀ ପାକିସ୍ତାନ ଟୁର୍‌ ପାଇଁ ତାଙ୍କୁ ଜାତୀୟ ହ୍ବାଇଟ୍‌ ବଲ୍‌ ଦଳରେ ନିଆଯାଇଛି।

ଅନ୍ୟପକ୍ଷରେ ପେଣ୍ଡାରେ ଯନ୍ତ୍ରଣା ଯୋଗୁ ଅଧିନାୟକ ଟେମ୍ବା ବଭୁମା ଟେଷ୍ଟ ସିରିଜରୁ ଓହରି ଯାଇଛନ୍ତି। ଦକ୍ଷିଣ ଆଫ୍ରିକା ଅକ୍ଟୋବର ୧୨ରୁ ୨୪ ଲାହୋର ଓ ରାଓ୍ବଲପିଣ୍ଡିରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳି ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ବଜାୟ ରଖିବା ଅଭିଯାନ ଆରମ୍ଭ କରିବ। ବାମହାତୀ ଓପନର ଡି’କକ୍‌ ତାଙ୍କର ଶେଷ ଅନ୍ତର୍ଜାତୀୟ ଦିନିକିଆ ୨୦୨୩ ବିଶ୍ୱକପ୍‌ରେ ଖେଳିଥିଲେ। ଶେଷ ଥର ପାଇଁ ହ୍ବାଇଟ୍‌ବଲ କ୍ରିକେଟ ମ୍ୟାଚ ବାର୍ବାଡୋସରେ ଟି୨୦ ବିଶ୍ୱକପ୍‌ ୨୦୨୪ ଫାଇନାଲରେ ଖେଳିଥିଲେ। ଦକ୍ଷିଣ ଆଫ୍ରିକାର ବର୍ତ୍ତମାନ କୋଚ୍‌ ଶୁକ୍ରି କୋନାର୍ଡ ଏହି ଖେଳାଳିଙ୍କ ସହ ଆଲୋଚନା କରିବା ପରେ ତାଙ୍କୁ ଉଭୟ ସୀମିତ ଓଭର ଦଳରେ ସାମିଲ କରିଛନ୍ତି। ଡି’କକ୍‌ ଦକ୍ଷିଣ ଆଫ୍ରିକାର ୧୫୫ ଅନ୍ତର୍ଜାତୀୟ ଦିନିକିଆରେ ପ୍ରତିନିଧିତ୍ୱ କରି ୪୫.୭୪ ଆଭରେଜରେ ୬୭୭୦ ରନ ସଂଗ୍ରହ କରିଛନ୍ତି। ତାଙ୍କ ଷ୍ଟ୍ରାଇକ୍‌ରେଟ୍‌ ୯୬.୬୪ ରହିଥିଲା। ସେ ଆହୁରି ମଧ୍ୟ ତାଙ୍କର ୯୨ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ୧୩୮.୩୨ ଷ୍ଟ୍ରାଇକ୍‌ରେଟ୍‌ରେ ୨୫୮୪ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

ବିବାହିତଙ୍କୁ Budget 2026 ରୁ ମିଳିବ ଖୁସିଖବର! ଆଉ ଦେବାକୁ ପଡିବନି…

ନୂଆଦିଲ୍ଲୀ,୧।୨: ଭାରତୀୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସଂସ୍ଥାନ (ICAI) ବିବାହିତ ଦମ୍ପତିଙ୍କ ପାଇଁ ଇଚ୍ଛାଧୀନ ଯୁଗ୍ମ ଟିକସ ପ୍ରସ୍ତାବ ଦେଇଛି। ଯଦି ଏହା କାର୍ଯ୍ୟକାରୀ ହୁଏ, ତେବେ ଏହା…

 ବିରି ମାଡ଼ଦେଖି କୋଳଥ ଚେପା : ଗୋରୁ ମାଫିଆଙ୍କୁ ଗୋଡ଼ାଇଲା ବେଳେ, ସ୍କୁଟିରୁ ପଡ଼ିଲେ ଗଞ୍ଜେଇ ବେପାରୀ  

ଭଞ୍ଜନଗର,୧।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଡହ ଅଞ୍ଚଳରେ କିଛି ଗୋରୁ ମାଫିଆ ଗୋରୁ ଧରି ଯାଉଥିଲେ। ସମ୍ପୃକ୍ତ ଅଞ୍ଚଳବାସୀ ସେମାନଙ୍କୁ ଗୋଡାଇ ଧରିଥିଲେ। ପରେ…

Budget 2026 Gold Silver Rate: ବଜେଟ ପୂର୍ବରୁ ସୁନା-ରୂପାକୁ ନେଇ ବଡ଼ ଖବର, କିଣିବାକୁ ଚାହୁଁଥିଲେ…

ନୂଆଦିଲ୍ଲୀ,୧।୨: ବଜେଟ ଉପସ୍ଥାପନ ପୂର୍ୱରୁ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଫେବୃଆରୀ 1, 2026 ରେ, ଦିଲ୍ଲୀରେ 24 କ୍ୟାରେଟ ସୁନା ପ୍ରତି…

ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ: ଜଣାପଡୁନି କାରଣ ଚିନ୍ତାରେ…

ଭୁବନେଶ୍ୱର,୧।୨: ଜାତୀୟ ପ୍ରାଣୀଉଦ୍ୟାନ ନନ୍ଦନକାନନରେ ୫ ବଉଳା କୁମ୍ଭୀରଙ୍କ ମୃତ୍ୟୁ ଘଟିଛି। ଜାନୁଆରୀ ୨୩ରୁ ୩୦ ମଧ୍ୟରେ ମୋଟ ୫ କୁମ୍ଭୀରଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।…

Budget 2026: ବଜେଟ୍‌ରେ ମଧ୍ୟବିତ୍ତଙ୍କ ପାଇଁ ବଡ଼ ଘୋଷଣା! ବଢିବ ଚାକିରି…

ନୂଆଦିଲ୍ଲୀ,୧।୨: ୨୦୨୬ ମସିହାର କେନ୍ଦ୍ରୀୟ ବଜେଟ ପାଖେଇ ଆସୁଥିବାରୁ, ସାରା ଦେଶର ଅର୍ଥନୀତିଜ୍ଞମାନେ ସରକାରଙ୍କ ସମ୍ଭାବ୍ୟ ପ୍ରାଥମିକତା ଉପରେ ସେମାନଙ୍କର ମତାମତ ପ୍ରଦାନ କରୁଛନ୍ତି। ବିଶେଷଜ୍ଞମାନେ ବିଶ୍ୱାସ…

ଇତିହାସ ରଚିବେ ସୀତାରାମନ୍‌, ଶସ୍ତା ହୋଇପାରେ ଏସବୁ ଜିନିଷ!

ନୂଆଦିଲ୍‌ଲୀ,୧।୨: କୋଟି କୋଟି ଦେଶବାସୀଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ସଂସଦରେ ଦେଶର ବାର୍ଷିକ ଖର୍ଚ୍ଚ ଖୋଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସକାଳ ୧୧ଟାରେ ଲୋକ ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri