Posted inଖେଳ

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ ଦେଶକୁ ପରାସ୍ତ କରି ଭାରତ ଏହାର ଦ୍ୱିତୀୟ ବିଜୟ ହାସଲ କରିଛି। ଶେଷ ମୁହୂର୍ତ୍ତରେ ବିହାନ ମାଲହୋତ୍ରାଙ୍କ ଏକ ଚମତ୍କାର କ୍ୟାଚ୍ ଭାରତକୁ ଏହି ରୋମାଞ୍ଚକର ସଫଳତା ଦେଇଛି।

ପ୍ରଥମେ ବ୍ୟାଟିଂ କରି ଭାରତ ନିର୍ଦ୍ଧାରିତ ଓଭରରେ ୨୩୮ ରନର ସ୍କୋର କରିଥିଲା। ୧୪ ବର୍ଷୀୟ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ୬୭ ବଲରୁ ୭୨ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏଥିସହିତ ସେ ୧୯ ବର୍ଷରୁ କମ୍ ବିଶ୍ୱକପ ଇତିହାସରେ ସର୍ବକନିଷ୍ଠ ଖେଳାଳି ସର୍ବାଧିକ ରନ୍ କରିବାର ରେକର୍ଡ କରିଛନ୍ତି। ପୂର୍ବରୁ ୟୁଥ୍‌ ଦିନିକିଆରେ ବିରାଟ କୋହଲିଙ୍କ ନାଁରେ ଏହି ରେକର୍ଡକୁ ଥିଲା। ଅନ୍ୟପଟେ ୱିକେଟକିପର ବ୍ୟାଟର ଅଭିଜ୍ଞାନ କୁଣ୍ଡୁ ୮୦ ରନର ଏକ ଧୈର୍ଯ୍ୟପୂର୍ଣ୍ଣ ଇନିଂସ ଖେଳି ଦଳକୁ ଏକ ସମ୍ମାନଜନକ ସ୍ଥିତିକୁ ନେଇଥିଲେ।

ବାଂଲାଦେଶର ଇନିଂସ ସମୟରେ ବର୍ଷା ହେବାରୁ ଖେଳକୁ ୨୯ ଓଭରକୁ ହ୍ରାସ କରାଯାଇଥିଲା ଏବଂ ବିଜୟ ଲକ୍ଷ୍ୟ ୧୬୫ ରନ ରଖାଯାଇଥିଲା। ବାଂଲାଦେଶ ଏକ ସମୟରେ ମ୍ୟାଚ ଉପରେ ନିୟନ୍ତ୍ରଣ ରଖିଥିଲେ ସୁଦ୍ଧା ଭାରତୀୟ ବୋଲର ଓ ଫିଲ୍ଡରଙ୍କ ଶୃଙ୍ଖଳିତ ପ୍ରଦର୍ଶନ ଯୋଗୁଁ ସେମାନେ ମାତ୍ର ୧୪୬ ରନରେ ଅଲଆଉଟ୍ ହୋଇଯାଇଥିଲେ।

ବୋଲିଂରେ ୪ ଓଭରରେ ମାତ୍ର ୧୪ ରନ ଦେଇ ୪ଟି ୱିକେଟ ଅକ୍ତିଆର କରିଥିବା ବିହାନ ମାଲହୋତ୍ରା ମ୍ୟାଚର ଶେଷ ୱିକେଟ ପାଇଁ ଏକ ଅବିଶ୍ୱସନୀୟ କ୍ୟାଚ୍ ଧରିଥିଲେ। ହେନିଲ ପଟେଲଙ୍କ ବଲରେ ଇକବାଲ ହୋସେନ ଏକ ଜୋରଦାର ସଟ୍ ମାରିଥିଲେ ମଧ୍ୟ ମାଲହୋତ୍ରା ଲଙ୍ଗ୍ ଅନ୍ ଅଞ୍ଚଳରେ ଡାଇଭ୍ ମାରି ଏହି କ୍ୟାଚ୍‌ଟିକୁ ଧରି ଭାରତକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri